www.samajalive.in
Sunday, December 14, 2025
23.1 C
Bhubaneswar

ସେନାର ରୋଡ୍‌ ଓପନିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ, ୪ ଯବାନ ଆହତ

ଜାମ୍ମୁ: ଜାମ୍ମୁ-କାଶ୍ମୀରରେ ବୁଧବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଦକ୍ଷିଣ କାଶ୍ମୀର ଅନ୍ତର୍ଗତ କୁଲଗାମ ଜିଲାର ସମସ୍ତିପୋରା ଅଞ୍ଚଳରେ ସେନାର ରୋଡ୍‌ ଓପନିଂ ପାର୍ଟିକୁ ଟାର୍ଗେଟ କରି ଆତଙ୍କବାଦୀମାନେ ଏହି ଆକ୍ରମଣ କରିଛନ୍ତି। ଏଥିରେ ୪ ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ, ବୁଧବାର ପୂର୍ବାହ୍ନରେ ସମସ୍ତିପୋରା ଅଞ୍ଚଳ ଦେଇ ସେନାର ଏକ ରୋଡ୍‌ ଓପନିଂ ପାର୍ଟି ଯାଉଥିଲା। ଏହି ସମୟରେ ଆତଙ୍କବାଦୀମାନେ ଯବାନମାନଙ୍କ ଉପରକୁ ଗ୍ରେନେଡ୍‌ ଫିଙ୍ଗିଥିଲେ। ଗ୍ରେନେଡ୍‌ ବିସ୍ଫୋରଣରେ ୪ ଜଣ ଯବାନ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ଚିକିତ୍ସା ଲାଗି ସୈନ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେନାର ଜଣେ ମୁଖପାତ୍ର ଏ ନେଇ ସୂଚନା ଦେଇଛନ୍ତି।

- Advertisement -

ଆକ୍ରମଣ ଘଟଣା ପରେ ତୁରନ୍ତ ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କରିଦିଆଯିବା ସହିତ ଆକ୍ରମଣକାରୀଙ୍କୁ ଧରିବା ଲାଗି ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଛି। ସେପଟେ ଗତମାସରେ ସୌରା ଅଞ୍ଚଳରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଆହତ ହୋଇଥିବା ଜଣେ ନାଗରିକଙ୍କର ମୃତ୍ୟୁ ଘଟିଛି। ଏମକେଆଇଏମଏସ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories