www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଆଜିଠୁ ଦ୍ୱିତୀୟ ଦଫା ଟିକାଦାନ

ଭୁବନେଶ୍ୱର: ରାଜ୍ୟରେ କରୋନା ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ ଅଭିଯାନ ଆଜିଠୁ ଅର୍ଥାତ ଗୁରୁବାର ରାଜ୍ୟବ୍ୟାପୀ ଅନୁଷ୍ଠିତ ହେବ। ଚଳିତମାସ ୧୬ତାରିଖରୁ ଆରମ୍ଭ ହୋଇଥିବା ପ୍ରଥମ ପର୍ଯ୍ୟାୟ ଟିକାକରଣ କାର୍ଯ୍ୟକ୍ରମ ବୁଧବାର ଶେଷ ହୋଇଛି। ଆଜି ସୁଦ୍ଧା ୧ଲକ୍ଷ ୭୮ହଜାର ୨୨୭ ସ୍ୱାସ୍ଥ୍ୟକର୍ମୀ ଟିକା ଗ୍ରହଣ କରିଛନ୍ତି।

ଇତିମଧ୍ୟରେ ୫ଟି ସ୍ଥାନରେ ସ୍ୱାସ୍ଥ୍ୟକର୍ମୀମାନେ ସ୍ୱାସ୍ଥ୍ୟ ସମସ୍ୟା ନେଇ ରିପୋର୍ଟ ଆସିଥିଲେ ମଧ୍ୟ ପରବର୍ତ୍ତୀ ପର୍ଯ୍ୟାୟରେ ସେମାନେ ସୁସ୍ଥ ରହିଥିବା ସ୍ୱାସ୍ଥ୍ୟବିଭାଗ ପକ୍ଷରୁ କୁହାଯାଇଛି। ହେଲେ ସାଧାରଣତନ୍ତ୍ର ଦିବସରେ ନୂଆପଡାର ଜଣେ ୨୭ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି। ସେ ୨୩ରେ ଟିକା ନେଇଥିଲେ। ମାତ୍ର ଗତକାଲି ତାଙ୍କର ଶରୀର ଅସୁସ୍ଥ ହେବା ସହିତ ଅତ୍ୟଧିକ ନିମୋନିଆ ଯୋଗୁଁ ରକ୍ତସ୍ରାବ ହୋଇ ମୃତ୍ୟୁ ହୋଇଛି ବୋଲି ବୁର୍ଲା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ସ୍ୱାସ୍ଥ୍ୟବିଭାଗର ସୂଚନା ଅନୁଯାୟୀ ଆସନ୍ତାକାଲି ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣରେ ୧ଲକ୍ଷ ୬୦ହଜାର ୪୭୩ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବାକୁ ଲକ୍ଷ୍ୟ ରଖାଯାଇଛି। ଏହି କାର୍ଯ୍ୟକ୍ରମ ଫେବୃଆରୀ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ଭୁବନେଶ୍ୱରରେ ୧୧ଟି ଟିକାକରଣ କେନ୍ଦ୍ରରେ ୧୧୩୭ଜଣ ସ୍ୱାସ୍ଥ୍ୟକର୍ମୀ ଟିକା ନେଇଛନ୍ତି। ଆସନ୍ତାକାଲି ୨୧୬ଟି କେନ୍ଦ୍ରରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ କରାଯିବ। ଏଥିଲାଗି ୧୯ହଜାର ୭୭୦ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାନେବା ପାଇଁ ଲକ୍ଷ୍ୟ ରଖାଯାଇଛି। ବୌଦ୍ଧ, ଦେବଗଡ଼ ଓ କେନ୍ଦ୍ରାପଡାରେ ଟିକାଦାନ ହେବ ନାହିଁ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories