www.samajalive.in
Monday, December 8, 2025
16.1 C
Bhubaneswar

ବଜେଟ ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ବର୍ଜନ କରିବେ ୧୬ ଦଳ

ନୂଆଦିଲ୍ଲୀ: ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ କେନ୍ଦ୍ର ସରକାରଙ୍କୁ ଘେରିବା ଲାଗି ବିରୋଧୀ ଦଳଗୁଡ଼ିକ ଏକଜୁଟ ହୋଇଯାଇଛନ୍ତି। କଂଗ୍ରେସ ସମେତ ୧୬ଟି ରାଜନୈତିକ ଦଳ ମିଶି ବଜେଟ ଅଧିବେଶନର ପ୍ରଥମ ଦିନ ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ୧୬ଟି ଦଳ ପକ୍ଷରୁ ଗୁରୁବାର ଏହି ସୂଚନା ଦେଇଛନ୍ତି।

ଗୁଲାମ ନବୀ ଆଜାଦ କହିଛନ୍ତି, ଜାନୁୟାରୀ ୨୯ରୁ ସଂସଦରେ ଆରମ୍ଭ ହେବାକୁ ଥିବା ବଜେଟ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣକୁ ବର୍ଜନ କରିବା ଲାଗି କଂଗ୍ରେସ ସମେତ ୧୬ ଦଳ ନିଷ୍ପତ୍ତି ନେଇଛନ୍ତି। କୃଷି ଆଇନ ବିରୋଧରେ ଏହି ନିଷ୍ପତ୍ତି ନିଆଯାଇଛି।

- Advertisement -

ଆମ ଆଦମୀ ପାର୍ଟି ନେତା  ସଞ୍ଜୟ ସିଂହ କହିଛନ୍ତି, ଆମେ ୩ଟି ଯାକ କୃଷି ଆଇନକୁ ବିରୋଧ କରିଆସୁଛୁ ଏବଂ କରିବୁ ମଧ୍ୟ। ଏଥିପାଇଁ ଆମ ଆଦମୀ ପାର୍ଟି ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବର୍ଜନ କରିବ। ଆମର ଲୋକସଭା ସଦସ୍ୟ ଭଗବନ୍ତ ମାନ ଏବଂ ରାଜ୍ୟସଭାର ୩ ସଦସ୍ୟ ଅଭିଭାଷଣ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ।

ଅଭିଭାଷଣ ବର୍ଜନ କରିବାକୁ ନିଷ୍ପତ୍ତି ନେଇଥିବା ଦଳଗୁଡ଼ିକ ମଧ୍ୟରେ କଂଗ୍ରେସ, ଏନସିପି, ଏନସି, ଡିଏମକେ, ଟିଏମସି, ଶିବସେନା, ସମାଜବାଦୀ ପାର୍ଟି, ଆରଜେଡି, ସିପିଆଇ(ଏମ), ଆଇଜେଏମଏଲ, ଆରସିପି, ପିଡିପି, ଏମଡିଏମକେ, କେରଳ କଂଗ୍ରେସ, ଏଆଇୟୁଡିଏଫ ଏବଂ ଆମ୍‌ ଆଦମୀ ପାର୍ଟି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories