www.samajalive.in
Friday, December 12, 2025
16.1 C
Bhubaneswar

କରୁଣାନିଧିଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି, ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଚେନ୍ନଇ : ଚିକିତ୍ସାଧୀନ ଥିବା ଡିଏମ୍‍କେ ମୁଖ୍ୟ ଏମ୍‍ କରୁଣାନିଧିଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିଥିବା ଡାକ୍ତରଖାନା କର୍ତ୍ତୃପକ୍ଷ କହିଛନ୍ତି। ସୋମବାର ସନ୍ଧ୍ୟାରେ ସ୍ଥାନୀୟ କାବେରୀ ହସ୍ପିଟାଲରୁ ଜାରି ଖବର ଅନୁଯାୟୀ କରୁଣାନିଧିଙ୍କ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗକୁ ସକ୍ରିୟ ରଖିବା କଷ୍ଟକର ହୋଇପଡିଛି। ବୟସାଧିକ କାରଣରୁ ଶରୀରରେ ଜଟିଳ ସମସ୍ୟା ଦେଖାଯାଇଥିବା ହସ୍ପିଟାଲର ମୁଖ୍ୟ କାର୍ଯ୍ୟନିର୍ବାହୀ ନିର୍ଦେଶକ ଡାକ୍ତର ଅରବିନ୍ଦନ ସେଲଭାରାଜ କହିଛନ୍ତି। ତାଙ୍କୁ ଏବେ ଅତ୍ୟାଧୁନିକ ଡାକ୍ତରୀ ଯନ୍ତ୍ରପାତି ମାଧ୍ୟମରେ ଚିକିତ୍ସା କରାଯାଉଛି। ଏହା ସହିତ ନିୟମିତ ଅନୁଧ୍ୟାନରେ ରଖାଯାଇଛି। ଆଗାମୀ ୨୪ଘଣ୍ଟା ତାଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଇଛି। ଆଜି ସକାଳୁ କରୁଣାନିଧିଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଆରମ୍ଭ ହୋଇଥିଲା। ଏହି ଖବର ପ୍ରଚାର ହେବା ପରେ ଡାକ୍ତରଖାନା ବାହାରେ ଲୋକଙ୍କ ଭିଡ ଜମିଛି। କରୁଣାନିଧିଙ୍କ ପତ୍ନୀ ଦୟାଲୁ ଆମ୍ମାଲ ମଧ୍ୟ ହସ୍ପିଟାଲ ଯାଇଛନ୍ତି। ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ କରୁଣାନିଧି ଜୁଲାଇ ୨୮ରେ ଏହି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ହସ୍ପିଟାଲ ଯାଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ସହ ଆରୋଗ୍ୟ କାମନା କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories