www.samajalive.in
Monday, December 8, 2025
24.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପୁରସ୍କୃତ ହେଲେ ଛାତ୍ର ବିଜେଡ଼ି କର୍ମକର୍ତ୍ତା

ବିଜୁ ଛାତ୍ର ଜନତା ଦଳର ଚଳିତ ମାସ ୨୩ରେ ଆୟୋଜିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଉତ୍ସାହ ବାତାବରଣ ସୃଷ୍ଟି କରିବା ପାଇଁ ବିଜୁ ଜନତା ଦଳର ଲୋକାଭିମୁଖୀ କାର୍ଯ୍ୟ, ନବୀନ ପଟ୍ଟନାୟକଙ୍କ ଆଦର୍ଶ ଓ ବିଜୁବାବୁଙ୍କ ମହାନତାକୁ ପାଥେୟ କରି ହୋଇଥିବା ଏକ ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇଥିବା ବିଜୁ ଛାତ୍ର ଜନତା ଦଳର ପ୍ରଥମ ୧୦ ଜଣ କର୍ମକର୍ତ୍ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଜୁଆଲ ପ୍ଲାଟଫର୍ମ ମାଧ୍ୟମରେ ଯୋଡ଼ି ହୋଇ ପୁରସ୍କୃତ କରିବା ସହ କୃତଜ୍ଞତା ଜ୍ଞାପନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ପୁରସ୍କୃତ ହୋଇଥିବା ବିଜୁ ଛାତ୍ର ଜନତା ଦଳର କର୍ମକର୍ତ୍ତା ହେଉଛନ୍ତି ଅବଦୁଲ ହବିବ, ଅମରେନ୍ଦ୍ର ଧଲ୍, ହେମନ୍ତ କୁମାର ସାହୁ, ଇପ୍ସିତା ସାହୁ, ସ୍ଥିତପ୍ରଜ୍ଞା ପଣ୍ଡା, ରଶ୍ମି ରଞ୍ଜନ ପରିଡ଼ା, ରଞ୍ଜିତ ଦାସ, ସ୍ମୃତି ଦାସ, ସୌମ୍ୟ ପ୍ରକାଶ ବିଶ୍ଵାଳ ଓ ଆଶୁତୋଷ ସାହୁ। ଏଭଳି କାର୍ଯ୍ୟକ୍ରମ ଦ୍ୱାରା ବିଜୁ ଛାତ୍ର ଜନତା ଦଳର ସମସ୍ତ କର୍ମକର୍ତ୍ତାଙ୍କ ମଧ୍ୟରେ ଆହୁରି ଅଧିକ ଆଗ୍ରହ ଓ ଉତ୍ସାହ ଦେଖିବାକୁ ମିଳିବ ବିଜୁ ଛାତ୍ର ଜନତା ଦଳର ସଭାପତି ଶ୍ରୀ ତ୍ରିପାଠୀ କହିଛନ୍ତି। ଏହି କାର୍ଯ୍ୟକ୍ରମକୁ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ପ୍ରଣବ ବଳବନ୍ତରାୟ ପରିଚାଳନା କରିଥିଲେ।

- Advertisement -

ଅନ୍ୟମାନଙ୍କ ମଧ୍ୟରେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଜୁ ଯୁବ ଜନତା ଦଳ ସଭାପତି ବ୍ୟମୋକେଶ ରାୟ, ବିଜୁ ଛାତ୍ର ଜନତା ଦଳ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories