www.samajalive.in
Thursday, December 11, 2025
16.1 C
Bhubaneswar

ଆଜିଠୁଁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ : ସଂସଦର ବଜେଟ ଅଧିବେଶନ ଆଜି ଅର୍ଥାତ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ; ତେବେ କଂଗ୍ରେସ ସମେତ ୧୬ଟି ବିରୋଧୀ ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବର୍ଜନ କରିବେ ବୋଲି ଗୁରୁବାର ଘୋଷଣା କରିଛନ୍ତି। ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବି ଆଜାଦ କହିଛନ୍ତି ଯେ କଂଗ୍ରେସ ସମେତ ତୃଣମୂଳ କଂଗ୍ରେସ (ଟିଏମସି), ଶିବସେନା, ଅକାଳି ଦଳ, ଆମ୍ ଆଦମୀ ପାର୍ଟି (ଆପ), ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି), ନ୍ୟାସନାଲ କନଫରେନ୍ସ (ଏନସି), ଡିଏମକେ, ସମାଜବାଦୀ ପାର୍ଟି, ଆରଜେଡି, ସିପିଆଇ(ଏମ), ଆଇଜେଏମଏଲ, ଆରସିପି, ପିଡିପି, ଏମଡିଏମକେ, କେରଳ କଂଗ୍ରେସ ଓ ଏଆଇୟୁଡିଏଫ ଆଦି ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସବୁ ଦଳ ବିବୃତି
ଜାରି କରିଛନ୍ତି। ବିବାଦୀୟ କୃଷି ଆଇନର ପ୍ରତିବାଦ ପୂର୍ବକ ସେମାନେ ଏଭଳି ନିଷ୍ପତ୍ତି ନେଇଥିବା ଆଜାଦ କହିଛନ୍ତି। ବିରୋଧୀଙ୍କ ସହ ଆଲୋଚନା ନକରି ଅଗଣତାନ୍ତ୍ରିକ ଭାବେ ଏହି ଆଇନ ସଂସଦରେ ଗୃହୀତ କରାଯାଇଥିଲା ଏବଂ ରାଷ୍ଟ୍ରପତି ଅବିଚାରିତ ଭାବେ ଏଥିରେ ଦସ୍ତଖତ କରିଥିବା ସେ ଦର୍ଶାଇଛନ୍ତି। ବଜେଟ ଅଧିବେଶନର ପ୍ରଥମ ଦିନରେ ସଂସଦ ଭବନର କେନ୍ଦ୍ରୀୟ ହଲ୍‌ରେ ରାଷ୍ଟ୍ରପତି ରାଜ୍ୟସଭା ଓ ଲୋକସଭାର ସଂଯୁକ୍ତ ସଦନକୁ ସମ୍ବୋଧିତ କରିବାର ସାମ୍ବିଧାନିକ ବ୍ୟବସ୍ଥା ରହିଛି।
ରାଷ୍ଟ୍ରପତିଙ୍କ ଅଭିଭାଷଣ ସମୟରେ ଉପସ୍ଥିତ ରହିବେ ବିଜେଡି ସାଂସଦ
ବଜେଟ ଅଧିବେଶନର ପ୍ରଥମ ଦିନରେ ସଂସଦର କେନ୍ଦ୍ରୀୟ କକ୍ଷରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ସମୟରେ ବିଜୁ ଜନତା ଦଳର ସାଂସଦ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି। ପୂର୍ବରୁ କୃଷକ ଆନ୍ଦୋଳନକୁ ସମର୍ଥନ କରି ଦେଶର ୧୬ଟି ପ୍ରମୁଖ ବିରୋଧି ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣ ବର୍ଜନ କରିବାକୁ ଘୋଷଣା କରିଥିଲେ। ଏହି ପ୍ରସଙ୍ଗରେ ବିଜେଡିର କ’ଣ ରଣନୀତି ରହିବ ସେନେଇ ସମସ୍ତଙ୍କ ନଜର ରହିଥିଲେ। ତେବେ ରାଷ୍ଟ୍ରପତିଙ୍କ ଅଭିଭାଷଣ ସମୟରେ ପାର୍ଲିଆମେଣ୍ଟରେ ଦଳୀୟ ସାଂସଦ ଉପସ୍ଥିତ ରହିବ ବୋଲି ରାଜ୍ୟସଭାରେ ବିଜେଡି ମୁଖ୍ୟ ସଚେତକ ଡକ୍ଟର ସସ୍ମିତ ପାତ୍ରଙ୍କ ସ୍ପଷ୍ଟ କରିଛନ୍ତି।

Hot this week

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories