www.samajalive.in
Sunday, December 14, 2025
26.1 C
Bhubaneswar

ଦୁର୍ନୀତି ଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଜାରି; ଆଉ ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର:  ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ବାସ୍ଥ୍ୟ, ଶ୍ରମ ବିଭାଗର ୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ବିରୁଦ୍ଧରେ ଦୁର୍ନୀତି ମାମଲା ଥିବାବେଳେ, ୨ ଜଣଙ୍କୁ ଅପାରଗତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଖଣି ବିଭାଗର ୨ ଜଣ ଅଧିକାରୀ ତଥା ବଲାଙ୍ଗୀର ମୂରିବାହଲ ଫରେଷ୍ଟ ରେଞ୍ଜ ଅଫିସର ଏବଂ ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟରଙ୍କୁ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅନ୍ୟ ୫ ଜଣଙ୍କୁ କିଛି ଦିନ ତଳେ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା।

- Advertisement -

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଖଣି ବିଭାଗର ଉପନିର୍ଦ୍ଦେଶକ ଶ୍ରୀ ମଦନ ମୋହନ ବିଶ୍ବାଳ। ଶ୍ରୀ ବିଶ୍ବାଳଙ୍କ ବିରୁଦ୍ଧରେ ୯ଟି ଭିଜିଲାନ୍‌ସ କେସ୍‌ ରହିଛି । ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ଥିଲା। ସେହିପରି ସରକାରୀ କାର୍ୟ୍ୟରେ ତାଙ୍କର ଆନ୍ତରିକତା ଅଭାବ ରହିଥିଲା ଏବଂ ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ସୌଜନ୍ୟ ମଧ୍ୟ ସେ ରକ୍ଷା କରୁ ନଥିଲେ।

ଶ୍ରୀ ରମେଶ ଚନ୍ଦ୍ର ମହାଲିକ, ଖଣି ଅଧିକାରୀ ଗ୍ରୁପ-କ ପାହ୍ୟାର ଅଧିକାରୀ ଶ୍ରୀ ମହାଲିକଙ୍କ ବିରୁଦ୍ଧରେ ୪ଟି ଭିଜିଲାନ୍‌ସ କେସ୍ ଥିବାବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହଜନକ ଥିଲା । ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ଆନ୍ତରିକତା ଓ ସୌଜନ୍ୟର ଅଭାବ ତାଙ୍କ ଠାରେ ଥିଲା ।

ବଲାଙ୍ଗୀର ମୂରିବାହାଲ ଫରେଷ୍ଟ ରେଞ୍ଜ ଅଫିସର ଶ୍ରୀ ପ୍ରଶାନ୍ତ କୁମାର ନାୟକ ୧ କୋଟି ୪୦ ଲକ୍ଷ ଟଙ୍କାର ଆୟବହିର୍ଭୁତ ସଂପତ୍ତି ସହିତ ବଲାଙ୍ଗୀର ଜିଲ୍ଲାରେ ତାଙ୍କର ୧୦ଟି ପ୍ଲଟ ଓ ୨ଟି କୋଠା ମଧ୍ୟ ଠାବ କରାଯାଇଥିଲା । ସେଥିପାଇଁ ତାଙ୍କ ନାମରେ ଭିଜିଲାନ୍‌ସ ମାମଲା ରହିଛି ।

ସେହିପରି ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟର ଶ୍ରୀ ନାରାୟଣ ପ୍ରଧାନଙ୍କ ବିରୁଦ୍ଧରେ ଭିଜିଲାନ୍‌ସ ମାମଲା ରହିଛି । ତାଙ୍କର ଆୟ ବହିର୍ଭୂତ ୨ କୋଟି ୨୦ ଲକ୍ଷ ଟଙ୍କାର ସଂପତ୍ତି ସହିତଦେଓଗଡ ଜିଲ୍ଲାରେ ୪ଟି କୋଠା, ସମ୍ବଲପୁର, ଦେଓଗଡ, ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାରେ ୩୧ଟି ଜମି ମଧ୍ୟ ରହିଛି।

ଜଂଗଲ ବିଭାଗର ସହକାରୀ ବନ ସଂରକ୍ଷକ ଶ୍ରୀ ଲକ୍ଷ୍ଣଣ କୁମାର ପ୍ରଧାନଙ୍କ ବିରୁଦ୍ଧରେ ୨ଟି ଭିଜିଲାନ୍‌ସ କେସ ରହିଛି। ଶ୍ରୀ ଭରତ କୁମାର ଘଡେଇ ଜଙ୍ଗଲ ବିଭାଗର ରେଞ୍ଜ ଅଫିସରଙ୍କ ବିରୁଦ୍ଧରେ ୩ଟି ଭିଜିଲାନ୍‌ସ କେସ୍ ରହିଛି। ଶ୍ରୀ ପ୍ରଦୀପ କୁମାର ଭୋଇ, ରାୟଗଡା ଜିଲ୍ଲା ଶ୍ରମ ଅଧିକାରୀଙ୍କ ବିରୁଦ୍ଧରେ ଗୋଟିଏ ଭିଜିଲାନ୍‌ସ କେସ ରହିଛି । ଏମାନଙ୍କୁ ସମସ୍ତଙ୍କୁ ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଭୁବନେଶ୍ବରର ଯୁଗ୍ମ ଶ୍ରମ କମିଶନର ଶ୍ରୀ ଶରତ କୁମାର ଚୌଧୁରୀ ଏବଂ ଗଜପତି ଜିଲ୍ଲାର ଡିଭିଜିନାଲ ଶ୍ରମ କମିଶନର ଶ୍ରୀମତୀ ନମିତା ଦାସଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଉପରୋକ୍ତ ୯ ଜଣ ଅଧିକାରୀଙ୍କ ସମେତ ଏପର୍ୟ୍ୟନ୍ତ ୧୧୩ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories