ଭୋପାଳ : ଆଗାମୀ ରାଜ୍ୟସଭା ନିର୍ବାଚନ ନିମନ୍ତେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ ଓ ଅନ୍ୟ ବିଜେପି ନେତାମାନେ ଉପସ୍ଥିତ ଥିଲେ। ରାଜ୍ୟସଭା ସଦସ୍ୟଭାବେ ଧର୍ମେନ୍ଦ୍ରଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲରେ ଶେଷ ହେଉଛି। ଧର୍ମେନ୍ଦ୍ର ଓଡ଼ିଶା ବାସିନ୍ଦା ହୋଇଥିବାବେଳେ ୨୦୧୨ରେ ବିହାରରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ଚଳିତବର୍ଷ ୫୮ ଜଣ ରାଜ୍ୟସଭା ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ ମାର୍ଚ୍ଚ ୨୩ରେ ନିର୍ବାଚନ ଅନୁଷ୍ଠିତ ହେବ।
Popular Categories



