ନୂଆଦିଲ୍ଲୀ : ଦୀର୍ଘ ୯ ମାସ ପରେ ଦେଶରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ୧୦୦ରେ ସୀମିତ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ୯୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୫୪,୪୮୬ରେ ପହଞ୍ଚିଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଲଗାତାର ହ୍ରାସ ପାଇଛି। ୨୪ ଘଣ୍ଟାରେ ଆଉ ୮,୬୩୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭ ସଂଖ୍ୟା ୧,୦୭,୬୬,୨୪୫କୁ ବୃଦ୍ଧି ପାଇଛି। ୧,୦୪,୪୮,୪୦୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୬୩,୩୫୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Popular Categories



