www.samajalive.in
Friday, December 12, 2025
15.1 C
Bhubaneswar

ବୀରମହାରାଜପୁରରେ ବ୍ଲକସ୍ତରୀୟ ମହାସମନ୍ୱୟ ମେଳା, ୧୮୫ ଗୋଷ୍ଠୀକୁ ୩ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ଋଣ ମଞ୍ଜୁର

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର କଲ୍ୟାଣ ମଣ୍ଡପଠାରେ ଆଜି ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତିର ମିଳିତ ଆନୁକୂଲ୍ୟରେ ବ୍ଲକସ୍ତରୀୟ ମହାସମନ୍ୱୟ ମେଳା ଅନୁଷ୍ଠିତ ହୋଇଯାଇଛି । ବ୍ଲକର ୧୮୫ଟି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ଏଥିରେ ୩ କୋଟି ୩୪ ଲକ୍ଷ ୧୪ ହଜାର ଟଙ୍କାର ଋଣ ସହାୟତା ମଞ୍ଜୁର କରାଯାଇଥିଲା । ସୁବର୍ଣ୍ଣପୁର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଡୋଳାମଣି ପଟେଲ ମୁଖ୍ୟଅତିଥିଭାବେ ଯୋଗଦେଇ ମେଳାକୁ ଉଦଘାଟନ କରିବା ସହ ବିଭିନ୍ନ ମହିଳା ଗୋଷ୍ଠୀଙ୍କୁ ଋଣ ମଞ୍ଜୁରୀ ପତ୍ର ପ୍ରଦାନ କରିଥିଲେ ।

ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶିକା ଶୈବାଳିନୀ ପଟ୍ଟନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ । ବ୍ଲକ ଅଧ୍ୟକ୍ଷ ସନ୍ତୋଷ ଭୋଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ, ନାବାର୍ଡ ଡିଡିଏମ ତାପସ ଶଙ୍କର ରାଉତ, ଏଲଡିଏମ ସରୋଜ ଦାଶ, ଜିଲ୍ଲା ମଙ୍ଗଳ ଅଧିକାରୀ ଆସ୍ତେରିଆ କେରକେଟା, ଓଡ଼ିଶା ଜୀବିକା ମିଶନର ଜିଲ୍ଲା ପ୍ରକଳ୍ପ ପରିଚାଳକ ଯୁବରାଜ ସାହୁ, ବ୍ଲକ ପରିଚାଳକ ମନୋଜ କୁମାର ବାଘ, ମିଶନ ଶକ୍ତିର ଜିଲ୍ଲା ପ୍ରକଳ୍ପ ସଂଯୋଜକ କାର୍ତ୍ତିକ ଚନ୍ଦ୍ର ନାୟକ, ବିପିସି ସୁଜିତ ପତି, ସିଡ଼ିପିଓ ଜୋସ୍ନାମୟୀ ପଣ୍ଡା, ବିଏଲସି ରମାକାନ୍ତ ହରିପାଲ, ଏସଡିସି ରଞ୍ଜିତ ଖମାରୀ, ସ୍ୱୋର କର୍ମକର୍ତ୍ତା ଦତ୍ତାତ୍ରେୟ ଗୁରୁ ଓ ବିଭିନ୍ନ ବ୍ୟାଙ୍କର ଶାଖା ପରିଚାଳକମାନେ ଏଥିରେ ଅତିଥିଭାବେ ଯୋଗ ଦେଇଥିଲେ । ବର୍ତ୍ତମାନ ଗ୍ରାମାଞ୍ଚଳର ମହିଳାମାନେ କେବଳ ରୋଷେଇ ଘରେ ସୀମିତ ନୁହଁନ୍ତି । ନିଜ ଘର କାମ ସହ ଗୋଷ୍ଠୀଗତ ଭାବେ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରି ସ୍ୱାବଲମ୍ବୀ ହୋଇପାରୁଛନ୍ତି । ଏଥିପାଇଁ ମହିଳା ଗୋଷ୍ଠୀମାନଙ୍କୁ ଋଣ ସହାୟତା ପ୍ରଦାନ ପୂର୍ବକ ଉତ୍ସାହିତ କରିବାକୁ ରାଜ୍ୟ ସରକାରଙ୍କ ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତିର ମିଳିତ ଆନୁକୂଲ୍ୟରେ ଉକ୍ତ ମେଳାର ଆୟୋଜନ କରାଯାଇଥିବା ଅତିଥିମାନେ କହିଥିଲେ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories