www.samajalive.in
Monday, December 8, 2025
24.1 C
Bhubaneswar

ବାଇକ୍‍ ଧକ୍କାରେ ଆହତ ଯୁବକଙ୍କ ମୃତ୍ୟୁ

ବୌଦ୍ଧ : ଗତକାଲି ରାତ୍ରିରେ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ଅନ୍ତର୍ଗତ ସାହାଜପାଲ ନିକଟସ୍ଥ କନେକପୁର ଛକଠାରେ ବାଇକ୍‍ ଧକ୍କାରେ ଗୁରୁତର ଆହତ ହୋଇଥିବା ସିଦ୍ଧପୁର ଗ୍ରାମର ଯୁବକ ଗୁରୁ ସାହୁଙ୍କୁ ବୌଦ୍ଧ ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଏଠାରେ ତାଙ୍କର ପ୍ରାଥମିକ ଚିିକିତ୍ସା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ବୁର୍ଲା ସ୍ଥାନାନ୍ତର କରାଯାଉଥିବାବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଯାଇଥିବା ଜଣାଯାଇଛି। ମୃତକ ଗୁରୁ ଅତ୍ୟନ୍ତ ଗରିବ ପରିବାରର ହୋଇଥିବାରୁ ତାଙ୍କର ପରିବାରକୁ ଆର୍ଥିକ ସହଯୋଗ ଯୋଗାଇଦେବାକୁ ଗ୍ରାମାବସୀମାନେ ଦାବି କରିଛନ୍ତି। ତେବେ ଦୁର୍ଘଟଣା ଘଟାଇଥିବା ବାଇକକୁ ପୋଲିସ ଜବତ କରିଥିବାବେଳେ ବାଇକ୍‍ ଚାଳକ ଏଯାଏ ଫେରାର ଥିବା ଜଣାଯାଇଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories