www.samajalive.in
Sunday, December 14, 2025
26.1 C
Bhubaneswar

ସନ୍ଦେହ ଜନକ ଅବସ୍ଥାରେ ଯୁବକର ମୃତଦେହ ଉଦ୍ଧାର

ନବରଙ୍ଗପୁର/ପାପଡାହାଣ୍ଡି : ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସଦରମହାକୁମା ନିକଟସ୍ଥ ଚମ୍ପାବନରୁ ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପାପଡାହାଣ୍ଡି ପୁଲିସ। ମୃତ ଯୁବକ ଜଣକ ହେଲେ ପାପଡାହାଣ୍ଡି ଗ୍ରାମର ଦାଶରଥି ଯାନୀଙ୍କ ପୁଅ ଶିବ ଯାନୀ ( ୩୨)। ସୂଚନା ଅନୁଯାୟୀ, ଗତ ୨/୩ ମାସ ହେବ ସେ ଉମରକୋଟରେ ତାଙ୍କ ସ୍ତ୍ରୀ ଏବଂ ଛୁଆ ସହ ରହିଆସୁଥିଲେ। ଗତକାଲି ସେ ପାପଡାହାଣ୍ଡି -କୁ ଆସିଥିଲେ କିନ୍ତୁ ଘରକୁ ନ ଯାଇ ବାହାରେ ବୁଲାବୁଲି କରୁଥିବା ଲୋକେ ଦେଖିଥିଲେ।  ସକାଳ ପ୍ରାୟ ୭ ଘଣ୍ଟା ସମୟରେ କିଛି ଯୁବକ ଶୌଚ କରିବାକୁ ଯାଇଥିବା ସମୟରେ ନିକଟରେ ଥିବା ଏକ ଚମ୍ପା ବନ ଭିତରେ ଗୋଟିଏ ଗଛରେ ଝୁଲନ୍ତା ଅବସ୍ଥାରେ ଶିବ ଯାନୀଙ୍କୁ ଦେଖି ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଖବର ପାଇ ଶିବଙ୍କ ବାପା ପାପଡାହାଣ୍ଡି ଥାନାରେ ଏକ ଏତଲା ଦେଇଥିଲେ। ଏତଲା କୁ ଭିତ୍ତି କରି ପାପଡାହାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ କରୁଥିବା ଜଣାପଡିଛି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories