www.samajalive.in
Sunday, December 7, 2025
14.1 C
Bhubaneswar

୧୧ରେ ପୁଣି ଲଘୁଚାପ

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତ ରୂପ ନେଇଛି। ସନ୍ଧ୍ୟା ସୁଦ୍ଧା ଚାନ୍ଦବାଲିଠାରୁ ୮୦କିମି ଉତ୍ତରପୂର୍ବ ଏବଂ ବାଲେଶ୍ୱରଠାରୁ ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ହୋଇଥିବା ଅବପାତ ପଶ୍ଚିମ ଓ ଉତ୍ତର ପଶ୍ଚିମରେ ଗତି କରିବା ସହିତ ଆଜି ରାତି ସୁଦ୍ଧା ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟଦେଇ ବାଲେଶ୍ୱର ନିକଟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ। ବିଶେଷ କରି ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, ସୁନ୍ଦରଗଡ଼ ଓ ବଲାଙ୍ଗିର ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି।
ଅବପାତ ଆଜି ରାତି ସୁଦ୍ଧା ବାଲେଶ୍ୱର ଦେଇ ପଶ୍ଚିମବଙ୍ଗ ଅତିକ୍ରମ କରିବା ସମ୍ଭାବନା ଥିଲେ ହେଁ ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ୪୫ରୁ ୫୫କିମି ବେଗରେ ପବନ ବହିବା ସହିତ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ସବୁ ବନ୍ଦରରେ ତିନିନମ୍ବର ବିପଦସଙ୍କେତ ଦିଆଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି। ତେଣୁ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
ପାଣିପାଗ ବିଜ୍ଞାନୀ ତଥା ଓୟୁଏଟି କୁଳପତି ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ ବର୍ତ୍ତମାନ ଅବପାତ ରୂପ ନେଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରିଯିବା ପରେ ଆସନ୍ତାକାଲି ଛତିଶଗଡ଼ ଏବଂ ପରବର୍ତ୍ତୀ ଦୁଇଦିନରେ ମଧ୍ୟପ୍ରଦେଶ ଓ ଉତ୍ତରପ୍ରଦେଶ ଗତି କରିବ। ତେବେ ଆସନ୍ତା ୧୦ତାରିଖ ସୁଦ୍ଧା ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ମୌସୁମି ଟ୍ରପଲାଫନ ଏବଂ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୧ତାରିଖ ସୁଦ୍ଧା ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ତିନିଦିନ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଏହି ସମୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories