www.samajalive.in
Wednesday, December 10, 2025
23.1 C
Bhubaneswar

ରାଜ୍ୟ କ୍ୟାବିନେଟରେ ୨୭ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୨୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମହିଳା ଓ ଶିଶୁ କଲ୍ୟାଣ, କୃଷି, ମିଶନ ଶକ୍ତି, ସାମାଜିକ ସୁରକ୍ଷା ପ୍ରକଳ୍ପ ସମେତ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରକଳ୍ପକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି।

ବୈଠକ ସମ୍ପର୍କରେ ମିଳିଥିବା ସୂଚନା ଅନୁସାରେ, ଚାଷୀଙ୍କ ହିତ ଲାଗି ସ୍ୱାମୀନାଥନ୍ କମିଟି ସୁପାରିସକୁ କାର୍ଯ୍ୟକାରୀ କରିବା ଏବଂ ସର୍ବନିମ୍ନ ସହାୟକ ମୂଲ୍ୟକୁ ଦୁଇଗୁଣ କରିବା ପାଇଁ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯିବ। ଏ ନେଇ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ଚାଷୀମାନଙ୍କୁ ସବୁପ୍ରକାରର ବିପଦଆପଦରୁ ସୁରକ୍ଷା ଦେବା ସକାଶେ ସାମଗ୍ରିକ ଭାବେ କୃଷିଜାତ ସାମଗ୍ରୀଗୁଡ଼ିକର ସର୍ବନିମ୍ନ ସୟାୟକ ମୂଲ୍ୟ ନିର୍ଦ୍ଧାରଣ ହେବା ଜରୁରୀ। କୃଷିକୁ ଅଧିକ ଲାଭଦାୟକ କରିବା ସହ ଚାଷୀଙ୍କ ଆୟ ବୃଦ୍ଧି ନିମନ୍ତେ ନୂଆ କୃଷି ନୀତି-୨୦୨୦ ‘ସମୃଦ୍ଧି’ କାର୍ଯ୍ୟକାରୀ ହେଉଥିବା ସୂଚନା ଦିଆଯାଇଛି।

- Advertisement -

ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ହସ୍ତଶିଳ୍ପ କ୍ଷେତ୍ରକୁ ସ୍ୱତନ୍ତ୍ର ଭାବେ ଗୁରୁତ୍ବ ଦିଆଯାଉଛି। ନିଯୁକ୍ତି ସମସ୍ୟାକୁ ଦୃଷ୍ଟିରେ ରଖି ଓଡ଼ିଶା ହସ୍ତଶିଳ୍ପ ସେବା ନିୟମ-୨୦୨୧ ଘୋଷଣା କରାଯାଇଛି। ସାମାଜିକ ସୁରକ୍ଷା ପାଇଁ ପ୍ରସ୍ତାବକୁ କ୍ୟାବିନେଟରେ ଅନୁମୋଦନ ମିଳିଛି। ରାଜ୍ୟର ସବୁ ଜିଲାରେ ପ୍ରର୍ଯ୍ୟାୟକ୍ରମେ ଭିତ୍ତିଭୂମି ପ୍ରକଳ୍ପ ନିର୍ମାଣ ହେବ। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲାରେ ପ୍ରକଳ୍ପ ନିର୍ମାଣ କରାଯିବ। ଓଡ଼ିଶା ଭୂତଳ ଜଳ ଭୂବିଜ୍ଞାନ ସେବା ନିୟମ-୨୦୨୦କୁ ମଧ୍ୟ କ୍ୟାବିନେଟ୍‌ରେ ମୋହର ମରାଯାଇଛି।

Hot this week

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

Related Articles

Popular Categories