www.samajalive.in
Friday, December 12, 2025
14.1 C
Bhubaneswar

ବାଇକ ଦୁର୍ଘଟଣାରେ ୩ ଗୁରୁତର

ଗୁଣପୁର: ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅନ୍ତର୍ଗତ ଖରଲିଙ୍ଗ ଗ୍ରାମ ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବାଇକ ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ପିରତି ବିଡ଼ିକା, ସ୍ତ୍ରୀ ରାଜେଶ୍ମି ବିଡ଼ିକା ଓ ତାଙ୍କ ଝିଅ ପ୍ରୀତି ବିଡ଼ିକା ଗୁଣପୁର ବ୍ଲକ ଚିନାସାରି ପଞ୍ଚାୟତର ପଦାସାହି ଗ୍ରାମକୁ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ବାଇକ ଯୋଗେ ଫେରୁଥିଲେ। ଖରଲିଙ୍ଗ ଗ୍ରାମ ନିକଟରେ କୌଣସି ଏକ ଗାଡ଼ି ସେମାନଙ୍କ ବାଇକ୍‌କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା। ଅଗ୍ନିଶମ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପୀରତି ଏବଂ ପ୍ରୀତିଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories