www.samajalive.in
Wednesday, December 10, 2025
26.1 C
Bhubaneswar

୨୪ ଘଣ୍ଟା ପରେ ଶୀତ କମିବ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା କମିବା ଯୋଗୁଁ ଶୀତ ଲହରୀ ଲାଗି ରହିଥିଲା। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏହି ସମୟରେ କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁର ଜିଲାରେ ଶୀତ ଲହରୀ ଲାଗି ରହିବ। ଉପରୋକ୍ତ ଜିଲାଗୁଡିକ ପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପରବର୍ତ୍ତୀ ସମୟରେ ରାଜ୍ୟରେ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇପାରେ। ପ୍ରାୟ ୩ରୁ ୪ ଡିଗ୍ରୀ ତାପମାତ୍ରା ବଢିବ। ଏହି ସମୟରେ ଶୀତ ପ୍ରକୋପ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଗୁରୁବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ତିନିଦିନ ପର୍ଯ୍ୟନ୍ତ କୁହୁଡି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି। ପ୍ରଥମ ଦିନ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ନୟାଗଡ, ଖୋର୍ଦ୍ଧା, କନ୍ଧମାଳ ଏବଂ ଗଞ୍ଜାମ ଜିଲାରେ କୁହୁଡି ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ କମ ଫୁଲବାଣୀରେ ୬ ଡିଗ୍ରୀ ରେକର୍ଡ କରାଯାଇଛି। ଦାରିଙ୍ଗବାଡିରେ ୮.୫, କୋରାପୁଟରେ ୯ ଏବଂ ଭବାନୀପାଟଣାରେ ୯.୬ ଡିଗ୍ରୀ ପାରଦ ରହିଛି। ଅନ୍ୟାନ୍ୟ ସ୍ଥାନଗୁଡିକରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ଉପରେ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅପରପକ୍ଷରେ ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି, ୧୫ ତାରିଖ ପର୍ଯ୍ୟନ୍ତ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବ। ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ତାପମାତ୍ରା ସାମାନ୍ୟ ହ୍ରାସ ପାଇବ; କିନ୍ତୁ ୧୭ ଓ ୧୮ରେ ଆଭ୍ୟନ୍ତରୀଣ, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ପରବର୍ତ୍ତୀ ସମୟରେ ସର୍ବନିମ୍ନ ତାପମାତ୍ରା ସାମାନ୍ୟ ହ୍ରାସ ପାଇପାରେ। ହେଲେ ଶୀତ ବିଶେଷ ଅନୁଭୂତ ହେବ ନାହିଁ। ପରେ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବ ବୋଲି ସେ ପୂର୍ବାନୁମାନ କରିଛନ୍ତି।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories