www.samajalive.in
Friday, December 12, 2025
27.1 C
Bhubaneswar

କୋବିଡ ଆରୋଗ୍ୟ ହାର ୯୭.୨୭ ପ୍ରତିଶତକୁ ବୃଦ୍ଧି : ମୃତ୍ୟୁ ହାର ୧.୪୩ %

ନୂଆଦିଲ୍ଲୀ : ଦେଶରେ କୋବିଡ ଆରୋଗ୍ୟ ହାର ୯୭.୨୭ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ଘଣ୍ଟା ମଧ୍ୟରେ ୧୩ ହଜାରରୁ ଅଧିକ ଲୋକ କୋବିଡରୁ ଆରୋଗ୍ୟ ଲାଭ କରିଛନ୍ତି। ଏଥି ସହିତ ଦେଶରେ  ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୫ ଲକ୍ଷରୁ ଅଧିକ ରହିଛି। ଚିକିତ୍ସିତ ହେଉଥିବା ସକ୍ରିୟ ସଂକ୍ରମିତମାନଙ୍କ ସଂଖ୍ୟା ୧ ଲକ୍ଷ ୪୧ ହଜାର ୫୧୧ ରହିଛି, ଯାହା ମୋଟ୍‍ ସଂକ୍ରମଣର ୧.୩ %। ଦେଶରେ ଗତ ୨୪ଘଣ୍ଟା ମଧ୍ୟରେ ୧୧ ହଜାର ୬୭ ଜଣ ଲୋକ ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ମନ୍ତ୍ରଣାଳୟ କହିଛି ଦେଶରେ ମୋଟ୍‍ ସଂକ୍ରମଣ ୧ କୋଟି ୮ଲକ୍ଷରୁ ଅଧିକ ରହିଛି।
ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ୯୪ ଜଣଙ୍କ ମୃତ୍ୟୁ ପରେ କୋବିଡ ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୫୫ ହଜାରରେ ପହଞ୍ଚିଛି। ଦେଶରେ କୋବିଡ ଜନିତ ମୃତ୍ୟୁ ହାର ୧.୪୩ ପ୍ରତିଶତ ରହିଛି।
ଆଇ.ସି.ଏମ୍‍.ଆର.ରୁ ମିଳିଥିବା ରିପୋର୍ଟ ଅନୁସାରେ ଗତ ୨୪ଘଣ୍ଟା ମଧ୍ୟରେ  ୭ଲକ୍ଷ ୩୬ ହଜାର ନମୁନା ପରୀକ୍ଷା କରାଯାଇଛି। ଦେଶରେ ଏପର୍ଯ୍ୟନ୍ତ ମୋଟ୍‍ ୨୦କୋଟି ୩୩ଲକ୍ଷ ନମୁନା ପରୀକ୍ଷା କରାଯାଇଛି।

Hot this week

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

Related Articles

Popular Categories