www.samajalive.in
Monday, December 8, 2025
13.1 C
Bhubaneswar

ସଡକ ଦୁର୍ଘଟଣାରେ ୩ ସ୍କୁଲ ଛାତ୍ରୀ ଆହତ

ପୁରୀ : ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ତେଇଶିପୁର ନିକଟବର୍ତ୍ତୀ ପୋଟଳ ଗ୍ରାମ୍ୟ ଛକ ଠାରେ ଶୁକ୍ରବାର ପୂର୍ବାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପୋଟଳ ଗ୍ରାମ୍ୟ ଛକ ଠାରେ ଏକ ଟାଟା ଏସି ଗାଡି ସ୍କୁଲ ଛାତ୍ରୀଙ୍କୁ ଧକ୍କା ଦେଇଛି। ଏଥିରେ ୩ ଜଣ ଛାତ୍ରୀ ଆହତ ହୋଇଛନ୍ତି।  ଆହତ ଛାତ୍ରୀମାନଙ୍କୁ ନିକଟବର୍ତ୍ତୀ ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଛି। ଦଶମ ଶ୍ରେଣୀରେ ପଢୁଥିବା ଛାତ୍ରୀମାନେ ସାଇକେଲ ଯୋଗେ ଟିଉସନରୁ ଘରକୁ ଫେରୁଥିବା ବେଳେ ଏକ ଟାଟା ଏସି ଗାଡି ତାଙ୍କୁ ଧକ୍କା ଦେଇଥିଲା । ଯାହା ଫଳରେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories