www.samajalive.in
Friday, December 12, 2025
27.1 C
Bhubaneswar

କାଳିଆ ଯୋଜନାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ କାଳିଆ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ ଯେ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ମାନଙ୍କୁ କୃଷି ଓ ଆନୁଷାଙ୍ଗିକ କାର୍ୟ୍ୟରେ ସହାୟତା କରିବା ପାଇଁ ୨୦୧୯ ମସିହାରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା। ଏହି ଯୋଜନା ଆଜି ଜାତୀୟ ସ୍ତରରେ ଏକ ଆଦର୍ଶ ଯୋଜନା ହୋଇପାରିଛି। ବିଶ୍ବବ୍ୟାଙ୍କ ତଥ୍ୟ ଅନୁଯାୟୀ କାଳିଆ ଯୋଜନା କାର୍ୟ୍ୟକାରୀ ହେବା ପରେ ପୂର୍ବ ବର୍ଷ ଅପେକ୍ଷା ଚାଷୀ ମାନଙ୍କ ଋଣ ଭାର ଅପେକ୍ଷାକୃତ କମିପାରିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ‘ମୁଁ ଚାହେଁ, ମୋ ରାଜ୍ୟର ଚାଷୀ ତାର ଉତ୍ପାଦିତ ଜିନିଷର ଉଚିତ୍‌ ମୂଲ୍ୟ ପାଉ। ମୁଁ ଚାହେଁ, ଚାଷୀର ରୋଜଗାର ବଢୁ। ତାର ଜୀବନଧାରଣ ମାନରେ ଉନ୍ନତି ଆସୁ। ମୁଁ ଚାହେଁ ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ। ଏହି ଲକ୍ଷ୍ୟ ନେଇ ମୁଁ କାମ କରୁଛି।’ କୃଷି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ସମୟରେ ଅର୍ଥନୀତିର ସବୁ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। କିନ୍ତୁ, ଆମର ଚାଷୀଭାଇ ମାନଙ୍କ ସାହସ ଓ ପରିଶ୍ରମ କୃଷି କ୍ଷେତ୍ରରେ ଉନ୍ନତି ଆଣିଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀଭାଇ ସଂଜୀବନୀ ପରି ଦେଶର ଅର୍ଥନୀତିକୁ ରକ୍ଷା କରିପାରିଛି । ‘ଚାଷୀର ତ୍ୟାଗକୁ, ତାର ପରିଶ୍ରମକୁ ମୁଁ ପ୍ରଣାମ କରୁଛି’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

- Advertisement -

ଚାଷୀଙ୍କ ପାଇଁ ଆରମ୍ଭରୁ ସେ କାମ କରିଆସିଛନ୍ତି ଏବଂ କରିଚାଲିବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଭଲ ରହିଲେ ଦେଶ ଓ ସମାଜ ଭଲରେ ରହିବ। ଏହି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଚାଷୀଭାଇ ପାଇଁ ବିଭିନ୍ନ ଯୋଜନା କରିଆସୁଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏମ୍‌ଏସ୍‌ପିକୁ ଦୁଇ ଗୁଣ କରିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ବାରମ୍ବାର ଦାବୀ କରିଆସୁଛନ୍ତି । ଏହାସହିତ କୃଷିଜାତ ଜିନିଷ ପାଇଁ ବଜାର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ବିଭିନ୍ନ କାର୍ୟ୍ୟକ୍ରମ ହାତକୁ ନିଆଯାଇଛି ବୋଲି ସେ କହିଥିଲେ।
ଚାଷୀଭାଇମାନେ ସରକାରଙ୍କ ବିଭିନ୍ନ କୃଷି କଲ୍ୟାଣ ଯୋଜନାର ସୁବିଧା ନେବେ ଏବଂ ରାଜ୍ୟର ବିକାଶ ଧାରାକୁ ଆଗେଇ ନେବେ ବୋଲି ସେ ଆଶାପ୍ରକାଶ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲାରେ ଉପସ୍ଥିତ ଥିବା ଚାଷୀମାନଙ୍କ ସହିତ କାଳିଆ ସହାୟତା ସଂପର୍କରେ ଆଲୋଚନା କରିଥିଲେ। ସୁନ୍ଦରଗଡର କୁମାରୀ ମାରାଇ ବରଗଡ, ମାଣିକ ପ୍ରଧାନ ନବରଙ୍ଗପୁରର ଘନ ପାଇକ, ନୟାଗଡର ଦାଶରଥି ସାହୁ ଓ ମୟୁରଭଞ୍ଜର ଚାଷୀମାନେ କାଳିଆ ସହାୟତା ଦ୍ବରା କିପରି ଚାଷ ସହିତ ଛେଳିପାଳନ ଓ ଅନ୍ୟ ଆନୁଷଙ୍ଗିକ କୃଷି କାମ କରି ସେମାନେ କିପରି ଲାଭବାନ୍‌ ହୋଇଛନ୍ତି, ସେ ବିଷୟରେ କହି କାଳିଆ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।


ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଅରୁଣ ସାହୁ କହିଥିଲେ ଯେ ଅନେକ ପ୍ରାକୃତିକ ବିପର୍ୟ୍ୟୟ ଓ ବର୍ତ୍ତମାନର କୋଭିଡ ପରିସ୍ଥିତି ସତ୍ତ୍ବେ ଚାଷୀମାନେ ଭଲ ଫସଲ ଅମଳ କରି ଓଡିଶାକୁ ଆଗକୁ ନେଇପାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ନେତୃତ୍ବ ଯୋଗୁ ରାଜ୍ୟ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି କରିପାରିଛି ବୋଲି ସେ କହିଥିଲେ। ଏହି ଅବସରରେ କାଳିଆ ଯୋଜନା ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ ପାଣ୍ଡିଆନ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ। କୃଷି ବିଭାଗର ପ୍ରମୁଖ ସଚିବ ସୌରଭ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ.ଶର୍ମା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

Related Articles

Popular Categories