www.samajalive.in
Sunday, December 14, 2025
26.1 C
Bhubaneswar

୨ ଆତଙ୍କବାଦୀ ନିହତ, ଜଣେ ଯବାନ ଆହତ

ନୂଆଦିଲ୍ଲୀ : ଜାମ୍ମୁ କାଶ୍ମୀରହ ବାରମୁଲାଠାରେ ବୁଧବାର ସୁରକ୍ଷାବଳଙ୍କ ସହ ଗୁଳି ବିନିମୟରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି ଓ ଏଥିରେ ଜଣେ ଯବାନ ଆହତ ହୋଇଛନ୍ତି। ବୁଧବାର ପୂର୍ବାହ୍ନରେ ବାରମୁଲାର ରାଫିୟାବାଦଠାରେ ଆତଙ୍କବାଦୀ ଲୁଚି ରହିଥିବା ସୁରକ୍ଷା ବଳଙ୍କୁ ସୂଚନା ମିଳିଥିଲା। ସୂଚନା ଆଧାରରେ ସୁରକ୍ଷା ବଳ ଉକ୍ତ ଅଞ୍ଚଳକୁ ଘେରାଉ କରି ତଲାସୀ ଆରମ୍ଭ କରିଥିଲେ। ଫଳରେ ଲୁଚି ରହିଥିବା ଆତଙ୍କବାଦୀମାନେ ଖସି ଯିବା ପାଇଁ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ସୁରକ୍ଷା କର୍ମୀଙ୍କ ଜବାବୀ କାର୍ଯ୍ୟାନୁଷ୍ଠାନରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ। ଏଥିରେ ଜଣେ ଯବାନ ଆହତ ହୋଇଛନ୍ତି ଓ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ସୂଚନା ମିଳିଛି। ସେଠାରେ ଆଉ ୨ରୁ ୩ ଆତଙ୍କବାଦୀ ଲୁଚି ରହିଥିବା ଅନୁମାନ କରାଯାଉଛି।
ଏହା ପୂର୍ବରୁ ମଙ୍ଗଳବାର ବାନ୍ଦିପୋର ଜିଲାର ଗୁରେଜ୍‍ ଅନ୍ତର୍ଗତ ଗୋବିନ୍ଦ ନାଲ୍ଲା ସ୍ଥିତ ନିୟନ୍ତ୍ରଣ ରେଖା ନିକଟରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ସୁରକ୍ଷା କର୍ମୀମାନେ ପଣ୍ଡ କରିଥିଲେ। ଗୁଳି ବିନିମୟରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ ଓ ଭାରତୀୟ ସେନା ମେଜର ପାହ୍ୟାର ଅଧିକାରୀଙ୍କ ସମେତ ୪ ଯବାନ ସହିଦ ହୋଇଥିଲେ। ଉକ୍ତ ଘଟଣାର ୨୪ ଘଣ୍ଟା ନପୂରୁଣୁ ଆତଙ୍କବାଦୀ ଏବଂ ଯବାନଙ୍କ ମଧ୍ୟରେ ଆଉ ଏକ ସଂଘର୍ଷ ଘଟିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories