www.samajalive.in
Thursday, December 11, 2025
23.1 C
Bhubaneswar

ଶନିବାର ରାଶିଫଳ (୧୩/୦୨/୨୧)

ମେଷ: ଆୟ ପରିମାଣ ବୃଦ୍ଧି ପାଇପାରେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଯାନବାହନ ସୁଖ ମିଳିବ।

ବୃଷ: କର୍ମତତ୍ପର ରହିବେ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ।

ମିଥୁନ: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଶିଳ୍ପଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପର୍ଯ୍ୟଟନ ସୁଯୋଗ ମିଳିପାରେ।

କର୍କଟ: ସୁଖ ମିଳିବା କଷ୍ଟସାଧ୍ୟ ହୋଇପାରେ। ପରିସ୍ଥିତିରେ ପଡ଼ି ଈର୍ଷା ପରାୟଣ ହେବେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ସିଂହ: ପ୍ରୀତି ଲାଭ କରିପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। କାର୍ଯ୍ୟ ଦକ୍ଷତା ପାଇଁ ମନରେ ଅହଂଭାବ ଆସିପାରେ। ପତ୍ନୀଙ୍କ କଥାରେ ପରିଚାଳିତ ହେବେ।

କନ୍ୟା: ସାମୟିକ ଭାବେ ନିରୁତ୍ସାହିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭ ପ୍ରାପ୍ତ ହେବେ। ଦୀର୍ଘାୟୁ ହେବେ।

ତୁଳା: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରିର ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ଅାର୍ଥିକ ସ୍ରୋତର ଧାରା ଆସିବ।

ବିଛା: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତରୁ ଲାଭବାନ୍‌ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହୋଇପାରନ୍ତି। ଯାନବାହନ ସୁଖ ମିଳିପାରେ।

ଧନୁ: ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିପାରେ।

ମକର: ଆଳସ୍ୟ ପରାୟଣ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତି ପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିବେ। ବିଭିନ୍ନ ସୂତ୍ରରୁ ଧନାଗମ ହେବ।

କୁମ୍ଭ: ଐଶ୍ବର୍ଯ୍ୟଯୁକ୍ତ ହେବେ। ଯୁଦ୍ଧକ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରିପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହୋଇପାରେ। ରୋଜଗାର ଆଶାନୁରୂପ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ବାସ୍ଥ୍ୟ ଅତୁଟ ରହିବ। ନୂଆ ବନ୍ଧୁ ଜୁଟି ପାରନ୍ତି।

ମୀନ: ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଥଣ୍ଡା କଫଜନିତ ପୀଡ଼ା ଅନୁଭବ କରିବେ। କର୍ମଚଞ୍ଚଳ ରହିବେ। ଶତ୍ରୁ ବଳବାନ୍‌ ହେଲେ ବି କିଛି କ୍ଷତି କରିପାରିବେ ନାହିଁ। ଧାର୍ମିକ ପ୍ରକୃତିର ହେବେ। ସାହସୀ ଓ ଜ୍ଞାନୀ ହୋଇପାରନ୍ତି। ମଧୁରଭାଷୀ ହେବେ।

Hot this week

ତୃତୀୟ ଦିନରେ ଗର୍ଭ ଗୃହରୁ ବାଲି ଓ ପଥର ସଂଗ୍ରହ କଲା ଏଏସ୍‌ଆଇ

ଗୋପ : କୋଣାର୍କ ସୂର୍ଯ୍ୟମନ୍ଦିର ମୁଖଶାଳା ଗର୍ଭ ଗୃହରେ ୧୯୦୩ ମସିହାରେ...

ମୋଦୀଙ୍କୁ କାହିଁକି ଫୋନ୍ କଲେ ନେତାନ୍ୟାହୁ ?

ନୂଆଦିଲ୍ଲୀ: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ...

ବିହାରରୁ ନୀତୀଶ କୁମାରକୁ ବାନ୍ଧିଲା ସିବିଆଇ

ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଭୁବନେଶ୍ବର : ପୁଲିସ ସବ୍‌...

ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଯୁବକ

ଜୋରିମାନା ନେଉଛ, ଭଲ ରାସ୍ତା ଦିଅ ଭୁବନେଶ୍ବର : ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କ...

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

Related Articles

Popular Categories