www.samajalive.in
Tuesday, December 9, 2025
15.1 C
Bhubaneswar

ପାଣିରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ନବରଙ୍ଗପୁର: ପାପଡାହାଣ୍ଡି ବ୍ଲକ ଡଙ୍ଗରା ପଞ୍ଚାୟତର ଖୁଟିଗୁଡା ଗ୍ରାମର ଜଣେ ବ୍ୟକ୍ତିଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଥିବା ଜଣାପଡିଛି।
ମୃତକ ଜଣକଙ୍କ ନାମ ଚେନସିଂ ଭତରା (୩୭)। ଆଜି ସକାଳେ ସେ ତାଙ୍କ ଗ୍ରାମ ନିକଟସ୍ଥ ଥିବା ବାବନ୍ଦୀ ନଦୀକୁ ଗାଧେଇ ବାକୁ ଯାଇ ନଦୀରେ ପଡି ମୃତ୍ୟୁ ବରଣ କରିଥିବା ଜଣାପଡିଛି। ଖବର ପାଇ ପରିବାର ଏବଂ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେବାପରେ ପାପଡାହାଣ୍ଡି ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରିବା ସହ ପୁଲିସ ଶବକୁ ବ୍ୟବଛେଦ ପାଇଁ କୋଷଗୁମୁଡାକୁ ପଠେଇ ତଦନ୍ତ କରୁଛି। ମୃତ ବ୍ୟକ୍ତି ଜଣଙ୍କ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବା ବେଳେ ତାଙ୍କର ୨ଗୋଟି ସନ୍ତାନ ଅଛନ୍ତି କିନ୍ତୁ ସ୍ତ୍ରୀ ଘର ଛାଡି ବହୁଦିନ ହେବ ଅନ୍ୟତ୍ର ରହୁଥିବା ଜଣାପଡ଼ିଛି।  ମୃତ ପରିବାରକୁ ସରକାର ସହାୟତା ଯୋଗାଇ ଦେବାପାଇଁ ସାଧାରଣରେ ଦାବି ହେଉଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories