www.samajalive.in
Saturday, December 13, 2025
17.1 C
Bhubaneswar

ଆସନ୍ତାକାଲି କଂଗ୍ରେସର ବନ୍ଦ ଡାକରା: ଦିନ ଗୋଟାଏ ପର୍ଯ୍ୟନ୍ତ ଘରୋଇ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ବର: କଂଗ୍ରେସର ବନ୍ଦ ଡାକରାକୁ ଦୃଷ୍ଟି ରଖି ରାଜ୍ୟବ୍ୟାପୀ ଆସନ୍ତାକାଲି ଦିନ ଗୋଟାଏ ପର୍ଯ୍ୟନ୍ତ ଘରୋଇ ବସ ଚଳାଚଳ ବନ୍ଦ ରହିବ। ଅାସନ୍ତାକାଲି କଂଗ୍ରେସର ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଘରୋଇ ବସ ଚଳାଚଳ ସକାଳ ୬ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ବସ ବନ୍ଦ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ ହୋଇଛି। ବସ ଓ ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବସ ମାଲିକ ସଂଘ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ଘରୋଇ ବସ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟଙ୍କ ସୂଚନା ଦେଇଛନ୍ତି। ଜନସାଧାରଣଙ୍କ ବୃହତ୍‌ ସ୍ବାର୍ଥକୁ ଦୃଷ୍ଟିରେ ରଖି କଂଗ୍ରେସର ଓଡ଼ିଶା ବନ୍ଦ ସମୟରେ ଯାତ୍ରୀ ବସ୍‌ଗୁଡ଼ିକ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ହୋଇଛି ବୋଲି ସେ ପ୍ରକାଶ କରିଛନ୍ତି।
ଆସନ୍ତାକାଲି ପେଟ୍ରୋଲ, ଡିଜେଲ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି। କାଲି ସକାଳ ୭ଟାରୁ ଦିନ ୧ଟା ଯାଏଁ ଏହି ବନ୍ଦ ପାଳନ ହେବ। ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ କଂଗ୍ରେସ ଏହି ବନ୍ଦ ପାଳନ କରିବ ବୋଲି ପୂର୍ବରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇସାରିଛନ୍ତି। ତେବେ ଏହି ସମୟରେ ଔଷଧ ଦୋକାନ ଓ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି। ବନ୍ଦ ପାଳନ ସମୟରେ ବାହାଘର ଗାଡ଼ି ଓ ଅନ୍ତିମ ସଂସ୍କାର ପାଇଁ ଯାଉଥିବା ଗାଡ଼ିକୁ ମଧ୍ୟ ଅଟକାଯିବନି ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories