www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳିକୁ ନେଇ ଅସନ୍ତୋଷ, ବିଦ୍ୟାଳୟରେ ତାଲା ପକେଇଲେ ଗ୍ରାମବାସୀ

ରାୟଗଡା : ଗୁଣୁପୁର ବ୍ଲକ ଶିରିଝୋଲି ଗ୍ରାମରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଗ୍ରାମବାସୀମାନେ ଉତ୍ତ୍ୟକ୍ତ ହୋଇ ବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ ଏହି ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଜଗନାଥପୁର ବଦଳି କରାଯାଇଥିବାବେଳେ ଜଗନ୍ନାଥପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଶିରିଝୋଲି ବିଦ୍ୟାଳୟକୁ ବଦଳି କରାଯାଇଛି । ଏହାକୁ ବିଦ୍ୟାଳୟ କମିଟି, ଅଭିଭାବକ ଓ ମହିଳା ସଂଘ ତୀବ୍ର ବିରୋଧ କରି ଆଜି ବିଦ୍ୟାଳୟ ଫାଟକ ରେ ତାଲା ପକାଇ ଦେଇଥିଲେ । ବର୍ତ୍ତମାନ ଏହି ବିଦ୍ୟାଳୟ କର୍ମଚାରୀଙ୍କୁ ଏବଂ କୌଣସି ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଦ୍ୟାଳୟରେ ପ୍ରବେଶ ଅନୁମତି ଦିଆଯିବ ନାହିଁ ବୋଲି କହିଛନ୍ତି । ଏନେଇ ଗୁଣୁପୁର ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଇବା ରୁ ଏହି ବଦଳି ସାମୟିକ ସମୟ ପାଇଁ କରାଯାଇଛି । ଯଦି ଗ୍ରାମବାସୀ ବିରୋଧ କରୁଛନ୍ତି ଆଲୋଚନା ମାଧ୍ୟମରେ ସମାଧାନ କରାଯିବ ବୋଲି କହିଛନ୍ତି । ଏହି ବିଦ୍ୟାଳୟ ପ୍ରଥମ ରୁ ଦଶମ ଶ୍ରେଣୀ ଯାଏ ରହିଥିବା ବେଳେ ୧୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ, ୧୩୩ ଜଣ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଉଛନ୍ତି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories