www.samajalive.in
Saturday, December 13, 2025
21.1 C
Bhubaneswar

ବଜ୍ରପାତ ବର୍ଷା ପାଇଁ ୧୫ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ରାଜ୍ୟରେ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଉଛି। ଶୀତ ପ୍ରକୋପ କମିବାରେ ଲାଗିଛି।  ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବା ଯୋଗୁଁ ଦିନରେ ଖରା ବଢୁଛି। ରାତିରେ ବେଶି ଶୀତ ଅନୁଭୂତ ହେଉନାହିଁ; କିନ୍ତୁ ଏବେଠାରୁ ରାଜଧାନୀରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବା ଯୋଗୁଁ ତାତି ବଢିବାରେ ଲାଗିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ କମ ଫୁଲବାଣୀ ଏବଂ ବୌଦ୍ଧରେ ୧୦.୫ ଡିଗ୍ରୀ ସେଲସିୟସ୍‌ ଲେଖାଏଁ ରେକର୍ଡ କରାଯାଇଛି। ଅନ୍ୟାନ୍ୟ ସ୍ଥାନଗୁଡିକରେ ପାରଦ ୧୨ ଡିଗ୍ରୀ ଉପରେ ରହିଛି। ସେହିପରି ସର୍ବାଧିକ ତାପମାତ୍ରା  ସବୁଠୁ ଅଧିକ ଭୁବନେଶ୍ବରରେ ୩୫.୪ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। କଟକ, ଅନୁଗୋଳ ଏବଂ ନୟାଗଡରେ ସର୍ବାଧିକ ତାପମାତ୍ରା ୩୪ରୁ ୩୫ ଡିଗ୍ରୀ ମଧ୍ୟରେ ଥିବା ରେକର୍ଡ କରାଯାଇଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ୧୬ରେ  ପାଗରେ ପରିବର୍ତ୍ତନ ଆସିବା ଦ୍ବାରା ରାଜ୍ୟର ବିଭିନ୍ନ ସ୍ଥାନ ମେଘୁଆ ରହିବ। ପଶ୍ଚିମ ଓଡ଼ିଶାର ସମ୍ବଲପୁର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ ଦେବଗଡ ଜିଲାରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ। ୧୭ରେ ଦକ୍ଷିଣ-ଆଭ୍ୟନ୍ତରୀଣରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବିଜୁଳି ଘଡଘଡି ସହ ବର୍ଷାକୁ ଲକ୍ଷ୍ୟକରି ପାଣିପାଗ କେନ୍ଦ୍ର ପକ୍ଷରୁ ରାୟଗଡା,  ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗୀର,  ମୟୂରଭଞ୍ଜ, କେନ୍ଦ୍ୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୮ରେ କେନ୍ଦୁଝର,  ମୟୂରଭଞ୍ଜ, କନ୍ଧମାଳ, ଗଜପତି, ଗଞ୍ଜାମ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଜିଲାରେ ବିଜୁଳି ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories