www.samajalive.in
Sunday, December 7, 2025
18.1 C
Bhubaneswar

ଚାଲିଛି ଦ୍ବିତୀୟ ଡୋଜ୍‌ ଟିକାକରଣ : ୨୫ ତାରିଖ ପର୍ଯ୍ୟନ୍ତ ଟିକାକରଣ ଅବଧି ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜିଠୁ ଦ୍ବିତୀୟ ଡୋଜ୍‌ ଟିକାକରଣ ଆରମ୍ଭ ହୋଇଛି। ଗତ ୧୬ ତାରିଖଠାରୁ ଆରମ୍ଭ ହୋଇଥିବା ପ୍ରଥମ ପର୍ଯ୍ୟାୟ ଡିକାକରଶ ସମୟରେ ଯେଉଁମାନେ ଟିକା ନେଇଥିଲେ ସେମାନଙ୍କୁ ଦ୍ବିତୀୟ ଡୋଜ୍‌ ଟିକା ଦିଆଯାଉଛି।

ଅନ୍ୟପକ୍ଷରେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ପ୍ରଥମ ଡୋଜ୍‌ ଟିକାକରଣ ଅବଧି ବୃଦ୍ଧି କରାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟରେ ଏପର୍ଯ୍ୟନ୍ତ ଶତ ପ୍ରତିଶତ ସ୍ବାସ୍ଥ୍ୟକର୍ମୀ ଟିକା ନେଇ ନାହାନ୍ତି। ଜିଲାସ୍ତରରେ କମ୍ ପ୍ରତିଶତ ସ୍ବାସ୍ଥ୍ୟକର୍ମୀ ଟିକା ନେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ସ୍ବାସ୍ଥ୍ୟକର୍ମୀଙ୍କ ଲାଗି ଆରମ୍ଭ ହୋଇଥିବା ପ୍ରଥମ ଡୋଜ୍‌ ଟିକାଦାନ ଅବଧି ୨୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ସମୟ ମଧ୍ୟରେ ଯେଭଳି ଶତ ପ୍ରତିଶତ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକାଦାନ ହେବା ନେଇ ଦୃଷ୍ଟିଦେବାକୁ ସ୍ବାସ୍ଥ୍ୟବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ୍ତକୁମାର ମହାପାତ୍ର ସବୁ ଜିଲାପାଳ ଓ ମହାନଗର କମିସନରଙ୍କୁ ଏକ ନିର୍ଦେଶନାମା ଜାରି କରିଛନ୍ତି। ଶ୍ରୀ ମହାପାତ୍ର ଦର୍ଶାଇଛନ୍ତି ଯେ ଗତକାଲି ସୁଦ୍ଧା ରାଜ୍ୟରେ ପ୍ରଥମ ଡୋଜ ଟିକାକରଣ ଅଭିଯାନରେ ୨ଲକ୍ଷ ୮୭ହଜାରୂ ୪୪୨ ସ୍ବାସ୍ଥ୍ୟକର୍ମୀ ଟିକା ନେଇଛନ୍ତି।  ୩ଲକ୍ଷ ୩୮ହଜାର ୭୦୦ଜଣଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରହିଥିବାବେଳେ ୮୪.୯ ପ୍ରତିଶତ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକାଦାନ ହୋଇଛି। ଯେଉଁ ସ୍ବାସ୍ଥ୍ୟକର୍ମୀ ଟିକା ନେଇ ନାହାନ୍ତି ସେମାନଙ୍କୁ ସଚେତନ କରାଇବାକୁ ଶ୍ରୀ ମହାପାତ୍ର କହିଛନ୍ତି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories