www.samajalive.in
Monday, December 8, 2025
24.1 C
Bhubaneswar

ମଧ୍ୟପ୍ରଦେଶର ସିଦ୍ଧିରେ କେନାଲକୁ ଖସିଲା ବସ ; ୪ ମୃତ , ଉଦ୍ଧାରକାର୍ଯ୍ୟ ଜାରି

ସିଦ୍ଧି : ମଧ୍ୟପ୍ରଦେଶର ରିୱା-ସିଦ୍ଧି ସୀମା ନିକଟସ୍ଥ ଛୁହିୟାଘାଟି ନିକଟରେ ମଙ୍ଗଳବାର ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି। ସିଦ୍ଧିର ନିକଟବର୍ତ୍ତି ରାମପୁର ନେକିନ ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ ସମୟରେ ଏକ ଯାତ୍ରୀବାହୀ ବସ କେନାଲକୁ ଓଲଟି ପଡ଼ିଛି। ବସରେ ପ୍ରାୟ ୫୪ ଯାତ୍ରୀ ଥିଲେ ବୋଲି ପ୍ରାର୍ଥମିକ ତଦନ୍ତରୁ ଜଣାପଡିଛି। ବସଟି ଭାରସାମ୍ୟ ହରାଇ କେନାଲକୁ ଓଲଟି ପଡିବା ପରେ ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଏଯାଏଁ ୪ ମୃତଦେହ ଉଦ୍ଧାର କରିବା ସହ କେନାଲରେ ଅନ୍ୟମାନଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ ବସଟି କେନାଲରେ ସମ୍ପୂର୍ଣ୍ଣ ବୁଡି ରହିଥିବାରୁ କ୍ରେନ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି। କିଛି ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି ବୋଲି କୁହାଯାଉଛି।
ଏହି ଘଟଣାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଗଭୀର ଦୁଃଖ ପ୍ରକାଶ କରିବା ସହ ଉଦ୍ଧାର କାର୍ଯ୍ୟ ପାଇଁ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ , ରିୱା-ସିଦ୍ଧି ସୀମା ନିକଟସ୍ଥ ଛୁହିୟାଘାଟି ନିକଟରେ ଯାତ୍ରୀବାହୀ ବସଟି ଭାରସାମ୍ୟ ହରାଇ କେନାଲକୁ ଓଲଟି ପଡିଥିଲା। ଏହାପରେ ତୁରନ୍ତ ସ୍ଥାନୀୟ ଲୋକେ ଯାତ୍ରୀଙ୍କୁ ଉଦ୍ଧାର କରିବା ସହ ପୁଲିସ ଓ ଏନଡିଆରଏଫ ଟିମକୁ ଖବର ଦେଇଥିଲେ। ବସଟି ସିଦ୍ଧିରୁ ସତନା ଯାଉଥିଲା।

Hot this week

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

Related Articles

Popular Categories