www.samajalive.in
Thursday, December 11, 2025
15.1 C
Bhubaneswar

ବାହାଘର ଗାଡି ଓଲଟି ଦୁଇ ମୃତ, ୩୩ ଗୁରୁତର

ମୋହନା: ବାହାଘର ଭୋଜିରେ ଯୋଗ ଦେବା ପାଇଁ ଏକ ୪୦୭ ଗାଡିରେ କିଛି ଲୋକ ଯାଉଥିବା ବେଳେ ଗାଡିଟି ଆର.ଉଦୟଗିରି ଥାନା ନିକଟସ୍ଥ କଙ୍କଡାଗୁଡା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିବାରୁ ବହୁ ଧନ ଜୀବନ ନଷ୍ଟ ହୋଇଛି। ସୂଚନା ପ୍ରକାରେ ନୂଆଁଗଡ଼ ବ୍ଲକର ତୁମନ ଗ୍ରାମରେ ଏକ ବାହାଘର ଭୋଜି ନେଇ ଜାମଡିହ ଗ୍ରାମରୁ ତୁମନ ଗ୍ରାମକୁ ୪୦୭ ଗାଡିଟି ଯାଉଥିବା ବେଳେ ଉକ୍ତ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡରେ ଓଲଟି ପଡିଥିଲା। ଉକ୍ତ ଡାଲା ଗାଡିଟି ଓଲଟି ପଡ଼ିବାରୁ ଗାଡି ପଛପଟେ ବସିଥିବା ଯାତ୍ରୀମାନେ ଗାଡିତଳେ ଚାପିହୋଇ ରହିଥିଲେ ।

 

- Advertisement -

ଖବର ପାଇ ସ୍ଥାନୀୟ ଲୋକ, ଅଗ୍ନିଶମ ବାହିନୀ ଓ ପୁଲିସ ପ୍ରଶାସନର ଉଦ୍ୟମରେ ଗାଡିରେ ଫସି ରହିଥିବା ଯାତ୍ରୀମାନଙ୍କୁ ବାହାର କରିବା ସହ ସେମାନଙ୍କୁ ରା.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୩ ଜଣ ଗୁରୁତର ଥିବା ଜଣାପଡିଛି। ମୃତକ ମାନେ ହେଲେ ଯାମଡିହ ଗ୍ରାମର ଯନ୍ତ ଦଳବେହେରା ଓ ଗାୟତ୍ରୀ ରଇତ। ଗୁରୁତର ମାନଙ୍କ ମଧ୍ୟରୁ ତିନିରୁ ଚାରି ବର୍ଷର ଏକ ଶିଶୁ ରହିଥିବା ସୂଚନା ମିଳିଛି।

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories