www.samajalive.in
Monday, December 15, 2025
16.1 C
Bhubaneswar

ଆଦିବାସୀ ନୃତ୍ୟ ସାରି ଫେରୁଥିବା ବେଳେ ଟ୍ରାକ୍ଟର ଓଲଟି ୪ ମୃତ, ୩୦ରୁ ଅଧିକ ଆହତ

ବାରିପଦା/କଳାବାଡିଆ: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ମୁରୁଣିଆ ଛକରେ ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ପ୍ରାୟ ୧୦ ଫୁଟ୍ ତଳକୁ ବିଲ ମାଧ୍ୟାଲୁ ଖସି ପଡ଼ିବା ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ୩୫ରୁ ଅଧିକ ଲୋକ ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ବୁଧବାର ଟ୍ରାକ୍ଟର ଯୋଗେ ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳରୁ ଡମନସାହି ଆସୁଥିଲେ। ରାତି ପ୍ରାୟ ୮ଟାରେ ମୁରୁଣିଆ ଛକରେ ଟ୍ରାକ୍ଟରଟି କୌଣସି କାରଣରୁ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ପୁଲିସ, ସ୍ଥାନୀୟ ଲୋକ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି।

ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତରଙ୍କୁ ବାରପିଦା ପିଆରଏମ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା, ଦୁଇ ଜଣ ପୁରୁଷ ଓ ଜଣେ ଦେଢ଼ ବର୍ଷର ନାବାଳିକା ଥିବା ସୂଚନା ମିଳିଛି।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories