www.samajalive.in
Monday, December 8, 2025
13.1 C
Bhubaneswar

ମୟୁରଭଞ୍ଜ ସଡ଼କ ଦୁର୍ଘଟଣା ; ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୟୁରଭଞ୍ଜ ଜିଲ୍ଲାର ସାରସକଣା ଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କମଧ୍ୟରୁ ୪ ଜଣ ହେଉଛନ୍ତି ଓଡିଶାର ଅଧିବାସୀ ଏବଂ ଆଉ ଜଣେ ହେଉଛନ୍ତି ଝାଡଖଣ୍ଡର ଅଧିବାସୀ। ।
ସୂଚନା ଯୋଗ୍ୟ ; ଗତକାଲି ମୟୁରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ମୁରୁଣିଆରୁ ସ୍ୱରସ୍ୱତୀ ପୂଜା କାର୍ଯ୍ୟକ୍ରମ ସାରି ଟ୍ରାକ୍ଟରରେ ଏକ ନୃତ୍ୟ ଦଳର ସଦସ୍ୟମାନେ ବାଗବୁଡା ଫେରୁଥିଲେ। ମାତ୍ର ଢିପାସାହି ନିକଟରେ ଟ୍ରାକ୍ଟରଟି ଓଲଟି ପଡିଥିଲା। ରାସ୍ତାର ପ୍ରାୟ ୧୫ ଫୁଟ ତଳକୁ ଏକ ବିଲ ମଧ୍ୟକୁ ଟ୍ରାକ୍ଟରଟି ଓଲଟି ପଡିବା ଦ୍ୱାରା ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ଓ ଅନ୍ୟ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ ଦେଢ ବର୍ଷର ଶିଶୁ ସମେତ ଜଣେ ମହିଳା ଥିବା ବେଳେ ଦୁର୍ଘଟଣାରେ ୩୦ରୁ ଅଧିକ  ଲୋକେ ଗୁରୁତର ହୋଇଛନ୍ତି ବୋଲି ସୂଚନା ମିଳିଛି।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories