www.samajalive.in
Monday, December 8, 2025
14.1 C
Bhubaneswar

କୋଭିଡ ଆରୋଗ୍ୟ ହାର ୯୭.୩୦ ପ୍ରତିଶତ : ମୃତ୍ୟୁ ହାର ୧.୪୨%

ନୂଆଦିଲ୍ଲୀ : ଦେଶରେ କୋଭିଡ ଆରୋଗ୍ୟ ହାର ୯୭.୩୦ ପ୍ରତିଶତ ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଗତ ୨୪ଘଣ୍ଟା ମଧ୍ୟରେ ୧୦ ହଜାର ୮୯୬ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ଦେଶରେ କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୬୭ ହଜାର ୭୪୧ରେ ପହଞ୍ଚିଛି। ଗତ ୨୪ଘଣ୍ଟା ଭିତରେ ୧୩ ହଜାର ୧୯୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନ୍ୟ ପକ୍ଷରେ ଦେଶରେ ଚିକିତ୍ସିତ ହେଉଥିବା ସଂକ୍ରମିତମାନଙ୍କ ସଂଖ୍ୟା କ୍ରମାନ୍ୱୟରେ ହ୍ରାସ ପାଇବା ସହ ଏହା ମୋଟ୍‍ ସଂକ୍ରମଣର ୧.
୨୭ ଭାଗ ରହିଛି। ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ୯୭ ଜଣ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ସହ ଦେଶରେ କୋଭିଡ ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୧୧୧ରେ ପହଞ୍ଚିଛି। ଦେଶରେ କୋଭିଡ ମୃତ୍ୟୁ ହାର ୧.୪୨ ପ୍ରତିଶତ ରହିଛି।

ଆସିଏମଆର ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଦେଶରେ ଦେଶରେ ଏ ଯାବତ ୨୦ କୋଟି ୯୪ ଲକ୍ଷ ୭୪ ହଜାର ୮୬୨ଟି କୋଭିଡ ନମୂନା ପରୀକ୍ଷା କରାଯାଇଛି।‌

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories