www.samajalive.in
Sunday, December 14, 2025
23.1 C
Bhubaneswar

ଶ୍ରୀନଗର: ଦିନ ଦ୍ୱିପ୍ରହରରେ ୨ ପୁଲିସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କୀ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ଶ୍ରୀନଗର ସ୍ଥିତ ବାରଜୁଲ୍ଲା ଅଞ୍ଚଳରେ ଶୁକ୍ରବାର ଦିନ ଦ୍ୱିପ୍ରହରରେ ଆତଙ୍କବାଦୀଙ୍କ ଗୁଳି ମାଡ଼ରେ ୨ ପୁଲିସ କର୍ମଚାରୀ ଶହୀଦ ହୋଇଛନ୍ତି। ଶହୀଦ ହୋଇଥିବା ଦୁଇ ପୁଲିସ କର୍ମଚାରୀ ହେଉଛନ୍ତି କୁପୱାଡ଼ାର ମହମ୍ମଦ ୟୁସୁଫ୍‍ ଓ ଲୋଗ୍ରୀପୋରାର ସୁହୈଲ ଅହମଦ। ଦୁହେଁ କନେଷ୍ଟବଳ ବୋଲି ଜଣାପଡ଼ିଛି। ଏହି ଆତଙ୍କୀ ଆକ୍ରମଣର ସିସିଟିଭି ଭିଡିଓ ସାମ୍ନାକୁ ଆସିଛି।

ପୁଲିସ ବିଭାଗର ଜଣେ ଅଧିକାରୀଙ୍କ କହିବା ମୁତାବକ, ଆତଙ୍କବାଦୀମାନେ ପୋଲିସକର୍ମୀଙ୍କ ଉପରକୁ ଅତି ନିକଟରୁ ଗୁଳି ଚାଳନା କରିଥିଲେ । ଏହାପରେ ତୁରନ୍ତ ସେମାନଙ୍କୁ ଡାକ୍ତରଖାନା ନିଆଯାଇଥିଲା । ମାତ୍ର ଡାକ୍ତର ଉଭୟ ପୁଲିସକର୍ମୀଙ୍କୁ ମୃତ ଘୋଷଣା କରିଛନ୍ତି । ଏହି ଘଟଣା ପରେ ସୁରକ୍ଷାବଳ ତରଫରୁ ଆତଙ୍କବାଦୀଙ୍କୁ ଠାବ କରିବାକୁ ସର୍ଚ୍ଚ ଅପରେଶନ ଜାରି ରହିଛି। ଏହାସହିତ ପୁଲିସ ଜଣେ ସନ୍ଦିଗ୍ଧକୁ ଗିରଫ କରିଛି।

- Advertisement -

ସୂଚନାଯୋଗ୍ୟ, ଦକ୍ଷିଣ କାଶ୍ମୀରର ଶୋପିଆଁ ଜିଲା ଅନ୍ତର୍ଗତ ବଡିଗାମରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ନେଇ ମଧ୍ୟ ଆଜି ଖବର ମିଳିଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିହତ ହେବା ସହ ଜଣେ ପୁଲିସ ଏସପିଓ ଶହୀଦ ଓ ଜଣେ ଯବାନ ଆହତ ହୋଇଛନ୍ତି।

 

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories