www.samajalive.in
Monday, December 15, 2025
16.1 C
Bhubaneswar

ଭାରତ-ଇଂଲଣ୍ଡ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଘୋଷଣା : ଭୁବିଙ୍କ ପ୍ରତ୍ୟାବର୍ତ୍ତନ, ସୂର୍ଯ୍ୟ କୁମାରଙ୍କୁ ସୁଯୋଗ

ମୁମ୍ବଇ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଟି -୨୦ ସିରିଜ ପାଇଁ ବିସିସିଆଇ ଏହାର ୧୯ ଜଣିଆ ଦଳ ଘୋଷଣା କରିଛି। ବିରାଟ କୋହଲିଙ୍କୁ ଦଳର ଅଧିନାୟକ ଭାବେ ଘୋଷଣା କରାଯାଇଥିବାବେଳେ ରୋହିତ ଶର୍ମାଙ୍କୁ ଉପ-ଅଧିନାୟକ କରାଯାଇଛି।
ଫାଷ୍ଟ ବୋଲର ଭୁବନେଶ୍ୱର କୁମାର ଦଳକୁ ଫେରିଛନ୍ତି। ଏଥି ସହିତ ଘରୋଇ କ୍ରିକେଟରେ ଚମତ୍କାର ପ୍ରଦର୍ଶନ କରିଥିବା ମୁମ୍ବାଇ ବ୍ୟାଟ୍ସମ୍ୟାନ୍ ସୂର୍ଯ୍ୟ କୁମାର ଯାଦବଙ୍କୁ ପ୍ରଥମ ଥର ପାଇଁ ସୁଯୋଗ ଦିଆଯାଇଛି। ଏମାନଙ୍କ ବ୍ୟତୀତ ଆଇପିଏଲ ଏବଂ ସୟଦ ମୁଶତାକ ଅଲି ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ହରିୟାଣାର ରାହୁଲ ତେୱାଟିଆ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି। ୱିକେଟ୍ କିପର ଭାବରେ ଋଷଭ ପନ୍ତ ଏବଂ ଇଶାନ କିଶନଙ୍କୁ ଦଳରେ ସାମିଲ କରାଯାଇଛି ।

ଭାରତୀୟ ଦଳ :
ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା (ଉପ-ଅଧିନାୟକ), କେ.ଏଲ୍ ରାହୁଲ, ଶିଖର ଧାୱନ, ଶ୍ରେୟସ୍ ଆୟର, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ଋଷଭ ପନ୍ତ (ୱିକେଟ୍ କିପର), ଇଶାନ କିଶନ (ୱିକେଟ୍ ରକ୍ଷକ), ୟୁଜୁବେନ୍ଦ୍ର ଚହଲ, ବରୁଣ ଚକ୍ରବର୍ତ୍ତୀ, ୱାଶିଂଟନ୍ ସୁନ୍ଦର, ରାହୁଲ ତେୱାଟିଆ, ଟି. ନାଟରାଜନ୍, ଭୁବନେଶ୍ବର କୁମାର, ଦୀପକ ଚହର, ନବଦୀପ ସାଇନି, ଶାର୍ଦ୍ଦୁଲ ଠାକୁର

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories