www.samajalive.in
Friday, December 12, 2025
16.1 C
Bhubaneswar

ପ୍ରତିଷ୍ଠା ଦିବସରେ ଆଚାର୍ଯ୍ୟ ହରିହରଙ୍କ ସ୍ମୃତିଚାରଣ

ସୁଆଣ୍ଡୋ :  ଆଚାର୍ଯ୍ୟ ହରିହର ଶିଶୁଭବନର ୪୨ ତମ ପ୍ରତିଷ୍ଠା ଦିବସ ରବିବାର ସତ୍ୟବାଦୀରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠାନ ପକ୍ଷରୁ ଅତିଥିମାନେ ଆଚାର୍ଯ୍ୟ ମହାଶୟଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଆୟୋଜିତ ସଭାରେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ରଘୁନାଥ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ଉତ୍କଳମଣି ଗୋପବନ୍ଧୁଙ୍କ ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ ସଖା ଆଚାର୍ଯ୍ୟ ମହାଶୟଙ୍କ ଆହ୍ବାନ ଥିଲା ‘ଭଲ ମଣିଷ ହୁଅ’। ତାଙ୍କ ସ୍ମୃତିକୁ ଉଜ୍ଜୀବିତ ରଖିବା ଲାଗି ଯୁବପିଢୀ ଯତ୍ନଶୀଳ ହେବା ପାଇଁ ଅତିଥିମାନେ କହିଥିଲେ।

- Advertisement -

ବୀରେନ୍ଦ୍ର ଭୂଷଣ ହୋତା ସଭାରେ ଅଧ୍ୟକ୍ଷତା କରିଥିବା ବେଳେ ହୃଷୀକେଶ ଦାଶ ଅତିଥି ପରିଚୟ ଓ ବାର୍ଷିକ ବିବରଣୀ ପାଠ କରିଥିଲେ। ସେହିପରି ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ, ଡ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ଗୌରାଙ୍ଗ ଚରଣ ପରିଡା ପ୍ରମୁଖ ସ୍ମୃତିଚାରଣ କରିଥିଲେ। ଅନ୍ତେବାସୀ ଛାତ୍ରମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। ଅନୁଷ୍ଠାନ ପକ୍ଷରୁ ପ୍ରୟାସ ନାମକ ସ୍ମରଣିକାକୁ ଅତିଥିମାନଙ୍କ ଦ୍ବାରା ଉନ୍ମୋଚିତ ହୋଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories