www.samajalive.in
Thursday, December 11, 2025
16.1 C
Bhubaneswar

ଶିକ୍ଷାନୁଷ୍ଠାନରେ କଡ଼ାକଡ଼ି ହେବ କରୋନା କଟକଣା

ଭୁବନେଶ୍ବର : ମହାରାଷ୍ଟ୍ର ଓ କେରଳ ସମେତ ଅନ୍ୟ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କରୋନା କଟକଣାକୁ କଡ଼ାକଡ଼ି କରିବାକୁ ଗୁରୁତ୍ବ ଦେଇଛନ୍ତି। ସରକାର କରୋନା କଟକଣା ପାଳନ ପାଇଁ ସବୁ ଜିଲାପାଳଙ୍କୁ କହିଥିବାବେଳେ ଏବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସମସ୍ତ ଶିକ୍ଷାନୁଷ୍ଠାନରେ ଯେଭଳି କରୋନା କଟକଣା କଡ଼ାକଡ଼ି ହେବ ତାକୁ ଗୁରୁତ୍ବ ଦେବାକୁ ସବୁ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ନିର୍ଦେଶ ଦିଆଯାଇଛି। ଏନେଇ ବିଭାଗି ଅତିରିକ୍ତ ଶାସନ ସଚିବ ଡ. ପ୍ରତାପ କୁମାର ମିଶ୍ର ରବିବାର ଚିଠି ଲେଖିଛନ୍ତି।
ସେ ଉଲ୍ଲେଖ କରିଛନ୍ତି ଯେ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୯ମରୁ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଚାଲିଥିବାରୁ ସେଠାରେ କିଭଳି କରୋନା କଟକଣା ପାଳନ ହୋଇପାରିବ ତାକୁ ଗରୁତ୍ବ ଦେବାକୁ କୁହାଯାଇଛି। ଦେଶରେ ଦେଖା ଦେଇଥିବା ଦ୍ବିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିର୍ଦେଶାବଳୀକୁ କଡ଼ାକଡ଼ି ପାଳନ କରିବାକୁ କୁହାଯାଇଛି। ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମେତ ଡିଇଓଙ୍କ ଅଧୀନରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ କରୋନା କଟକଣା କଡ଼ାକଡ଼ି କିଭଳି ପାଳନ ହେବ ସେ ନେଇ ପଦକ୍ଷେପ ନେବେ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories