www.samajalive.in
Sunday, December 14, 2025
23.1 C
Bhubaneswar

ପରୀ ହତ୍ୟା ମାମଲା: ରାଜ୍ୟ ସରକାରଙ୍କୁ ୪ ସପ୍ତାହ ସମୟ ଦେଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ସରକାରଙ୍କୁ ସତ୍ୟପାଠ ଦାଖଲ ପାଇଁ ୪ ସପ୍ତାହର ସମୟ ଦେଇଛନ୍ତି ସୁପ୍ରିମକୋର୍ଟ। ଏହି ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ ପରୀର ମାଆ ସୌଦାମିନୀ ସାହୁ ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୁପ୍ରିମ୍ କୋର୍ଟ ସୌଦାମିନୀଙ୍କ ନିବେଦନ ରକ୍ଷା କରି ରାଜ୍ୟ ସରକାରଙ୍କୁ ୪ ସପ୍ତାହ ସମୟ ଦେଇଛନ୍ତି। ଏହି ଚାରି ସପ୍ତାହ ମଧ୍ୟରେ ରାଜ୍ୟ ସରକାର ପରୀ ମାମଲାର ସମସ୍ତ ତଥ୍ୟ ଦେବେ।

ସୂଚନାଯୋଗ୍ୟ, ୬ ମାସ ତଳେ ୫ ବର୍ଷର କୁନି ଝିଅ ପରୀକୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁଙ୍କ ସମେତ ସହଯୋଗୀ ବାବୁଲିର ହାତ ଥିବା ପରୀର ବାପା, ମାଆ ଅଭିଯୋଗ କରିଥିଲେ। ମାତ୍ର ପୁଲିସ ସେମାନଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ପରୀର ବାପା, ମାଆଙ୍କୁ ବହୁତ ହଇରାଣ କରୁଥିବା ଅଭିଯୋଗ ହୋଇଥିଲା। ପୁଲିସ ପ୍ରଶାସନଠାରୁ ନିରାଶ ହୋଇ ବାପା-ମାଆ ମାମଲାର ତଦନ୍ତ ସିବିଆଇ ଦ୍ୱାରା କରିବାକୁ ଦାବି କରିଥିଲେ। ହେଲେ ରାଜ୍ୟ ସରକାର ଏଥିପାଇଁ ରାଜି ହେଉ ନ ଥିଲେ। ଶେଷରେ ପରୀର ମାଆ ସୌଦାମିନୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories