www.samajalive.in
Monday, December 8, 2025
24.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀରର ଶ୍ରୀଗୁଫବାରା ଅନନ୍ତନାଗର ଶଲଗୁଲ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଆତଙ୍କବାଦୀ ନିହତ ହୋଇଥିବା ବୁଧବାର ଖବର ମିଳିଛି। ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି। ସମ୍ପୃକ୍ତ ଅଞ୍ଚଳରେ ଅସ୍ଥାୟୀ ଭାବେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି ବୋଲି ଜଣାପଡିଛି।
ସୂଚନା ଯୋଗ୍ୟ, ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଥିବା ନେଇ ଖବର ମିଳିବା ପରେ ପୁଲିସ, ସେନା ଓ ସିଆରପିଏଫ ଅଞ୍ଚଳରେ ତଲାସି ଅଭିଯାନ ଆରମ୍ଭ କରିଥିଲେ। ନିଜକୁ ଘେରାଉ ଅବସ୍ଥାରେ ଦେଖି ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୪ ଆତଙ୍କବାଦୀ ନିହତ ହୋଇଥିଲେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories