www.samajalive.in
Sunday, December 7, 2025
26.1 C
Bhubaneswar

କରୋନାରେ ଆଖି ବୁଜିଲେ ଏହି ପ୍ରସିଦ୍ଧ ଗାୟକ

ଚଣ୍ଡୀଗଡ଼: ପଞ୍ଜାବର ଖ୍ୟାତନାମା ଗାୟକ ସର୍ଦ୍ଦୁଲ ସିକନ୍ଦରଙ୍କର ବୁଧବାର ମୃତ୍ୟୁ ଘଟିଛି। ତାଙ୍କୁ ୬୦ ବର୍ଷ ହୋଇଥିଲା। ଅନେକ ଦିନ ଧରି ସେ ରୋଗାକ୍ରାନ୍ତ ଥିବାବେଳେ ନିକଟରେ ତାଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏହା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଖରାପ ହୋଇଯାଇଥିଲା। ମୋହାଲିର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ତାଙ୍କର ମୃତ୍ୟୁ ଘଟିଛି।

ସର୍ଦ୍ଦୁଲଙ୍କ ପତ୍ନୀ ଅମର ନୂରି ମଧ୍ୟ ଜଣେ ପ୍ରସିଦ୍ଧ ଗାୟିକା। ସର୍ଦ୍ଦୁଲଙ୍କ ମୃତ୍ୟୁ ପରେ ପ୍ରଶଂସକମାନଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ସାଥୀ ଗାୟକମାନେ ତାଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ତାଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛନ୍ତି।

- Advertisement -

ସର୍ଦ୍ଦୁଲଙ୍କ ମୃତ୍ୟୁ ଯୋଗୁ ପଞ୍ଜାବୀ ମ୍ୟୁଜିକ ଇଣ୍ଡଷ୍ଟ୍ରୀକୁ ବଡ଼ ଝଟ୍‌କା ଲାଗିଛି। ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହ ଟ୍ବିଟ୍‌ କରି ଶ୍ରଦ୍ଧାଞ୍ଜଳି ଦେବା ସହିତ ଲେଖିଛନ୍ତି, ମହାନ୍‌ ପଞ୍ଜାବୀ ଗାୟକ ସର୍ଦ୍ଦୁଲ ସିକନ୍ଦରଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖ ଲାଗିଲା। ସେ ନିକଟରେ କରୋନାରେ ଆକ୍ରାନ୍ତ ହୋଇଥିଲେ ଏବଂ ଏଥିପାଇଁ ତାଙ୍କର ଚିକିତ୍ସା ଚାଲିଥିଲା। ତାଙ୍କ ପରିବାର ଏବଂ ପ୍ରଶଂସକମାନଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି ବୋଲି ଅମରିନ୍ଦର ଲେଖିଛନ୍ତି। ପଞ୍ଜାବୀ ଗାୟକ ତଥା ଗୀତିକାର ହାପି ରାୟକୋଟି, ପୂଜା ଏବଂ ଅନ୍ୟମାନେ ସର୍ଦ୍ଦୁଲଙ୍କ ଫଟୋ ଶେୟାର କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories