www.samajalive.in
Sunday, December 7, 2025
23.1 C
Bhubaneswar

ମୋଟେରା ନାଁ ବଦଳି ହେଲା ‘ନରେନ୍ଦ୍ର ମୋଦୀ ଷ୍ଟାଡିୟମ’, ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦସ୍ଥିତ ଦୁନିଆର ସବୁଠୁ ବଡ଼ କ୍ରିକେଟ୍‌ ଷ୍ଟାଡିୟମ ମୋଟେରା ଷ୍ଟାଡିୟମକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଏକ ବଡ଼ ନିଷ୍ପତ୍ତିକ୍ରମେ ଷ୍ଟାଡିୟମର ନାମକୁ ବଦଳାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାମରେ ନାମିତ କରାଯାଇଛି।

ମୋଟେରା ନାମରେ ଜଣାଶୁଣା ଏହି ଷ୍ଟାଡିୟମ ଏଣିକି ‘ନରେନ୍ଦ୍ର ମୋଦୀ ଷ୍ଟାଡିୟମ’ ଭାବେ ଜଣାଯିବ। ଏହି ନୂଆ ଷ୍ଟାଡିୟମରେ ଆଜି ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ ଖେଳାଯାଉଛି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିବାରାତ୍ର ଟେଷ୍ଟ ମ୍ୟାଚ ଅନୁଷ୍ଠିତ ହେବ। ଏସଜିର ଗୋଲାପୀ ବଲରେ ଏହି ମ୍ୟାଚ ଖେଳାଯିବ। ୧ ଲକ୍ଷ ୧୦ ହଜାର ଦର୍ଶକ କ୍ଷମତା ବିଶିଷ୍ଟ ଏହି ଷ୍ଟାଡିୟମରେ ସମସ୍ତ ପ୍ରକାର ଆଧୁନିକ ସୁବିଧା ଉପଲବ୍ଧ ରହିଛି।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories