www.samajalive.in
Sunday, December 7, 2025
23.1 C
Bhubaneswar

ମାର୍ଚ୍ଚ ପହିଲାରୁ ୬୦ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା, ମନ୍ତ୍ରୀଙ୍କୁ ମାଗଣାରେ ମିଳିବନି

ନୂଆଦିଲ୍ଲୀ: କରୋନା ଟିକାକରଣକୁ ନେଇ କେନ୍ଦ୍ର ସରକାର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ମାର୍ଚ୍ଚ ୧ ତାରିଖରୁ ଦେଶରେ ୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଟିକା ପ୍ରଦାନ ଆରମ୍ଭ ହେବ। କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କ୍ୟାବିନେଟ୍‌ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ ଏହି ଘୋଷଣା କରିଛନ୍ତି। ତେବେ କେନ୍ଦ୍ର ସରକାରଙ୍କ ମନ୍ତ୍ରୀମାନଙ୍କୁ ଟିକା ପାଇଁ ଅର୍ଥ ଦେବାକୁ ପଡ଼ିବ।

ଏକ ସାମ୍ବାଦିକ ସମ୍ମିଳନୀରେ ଜାଭଡେକରଙ୍କ ସୂଚନା ଅନୁସାରେ, ୬୦ବର୍ଷରୁ ଅଧିକ ବୟସ୍କଙ୍କୁ ୧ ତାରିଖରୁ ଟିକା ଦିଆଯିବ। ଏହା ସହିତ ବିଭିନ୍ନ ଗୁରୁତର ରୋଗରେ ପୀଡ଼ିତ ୪୫ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ମଧ୍ୟ ଟିକାକରଣ କରାଯିବ। ଦେଶର ୧୦ ହଜାର ସରକାରୀ କେନ୍ଦ୍ରରେ ଲୋକଙ୍କୁ ମାଗଣାରେ ଟିକା ଦିଆଯିବ।

- Advertisement -

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଯେଉଁ ଲୋକମାନେ ଘରୋଇ ହସ୍ପିଟାଲଗୁଡ଼ିକରେ ଟିକା ନେବେ ସେମାନଙ୍କୁ ଟଙ୍କା ଦେବାକୁ ପଡ଼ିବ। ସରକାରଙ୍କ ପକ୍ଷରୁ ଖୁବଶୀଘ୍ର ଟିକାର ମୂଲ୍ୟ ଅବଗତ କରାଯିବ। ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ମନ୍ତ୍ରୀ ରବିଶଙ୍କର ପ୍ରସାଦ ଘୋଷଣା କରିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ସମସ୍ତ ମନ୍ତ୍ରୀ ଟଙ୍କା ଦେଇ କରୋନା ଟିକା ନେବେ। ଅର୍ଥାତ ୬୦ ବର୍ଷରୁ ଅଧିକ ବୟସ୍କ ମନ୍ତ୍ରୀ ସରକାରୀ କେନ୍ଦ୍ରଗୁଡ଼ିକରେ ମାଗଣାରେ ଟିକା ନେଇପାରିବେ ନାହିଁ।

ସୂଚନାଯୋଗ୍ୟ, ଗତ ଜାନୁୟାରୀ ୧୬ରୁ ଟିକାକରଣ ଆରମ୍ଭ ହୋଇଥିବାବେଳେ ଫେବୃୟାରୀ ୨୪ ସୁଦ୍ଧା ପ୍ରାୟ ୧ କୋଟି ୭ ଲକ୍ଷ ଲୋକଙ୍କୁ ଟିକା ଦିଆଯାଇଛି। ଏହା ସହିତ ୧୪ ଲକ୍ଷ ଲୋକଙ୍କୁ ଟିକାର ୨ୟ ଡୋଜ୍‌ ଦିଆଯାଇଛି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories