www.samajalive.in
Tuesday, December 9, 2025
15.1 C
Bhubaneswar

ଆସନ୍ତାକାଲି ଭାରତ ବନ୍ଦ

ଭୁବନେଶ୍ୱର : ଆସନ୍ତାକାଲି ଭାରତ ବନ୍ଦ। ଜିଏସଟି,ବର୍ଦ୍ଧିତ ତୈଳ ଦର ଓ ଇ-ୱେ ବିଲ ଭଳି ଏକାଧିକ ପ୍ରସଙ୍ଗ ବିରୋଧରେ ଟ୍ରେଡ ୟୁନିୟନ ପକ୍ଷରୁ ଭାରତବନ୍ଦ ଡାକରା ଦିଆଯାଇଛି। ଓଡିଶା ବ୍ୟବସାୟୀ ମହାସଂଘ ମଧ୍ୟ ଏହି ବନ୍ଦ ଡାକରାକୁ ସମର୍ଥନ କରିଛି। ଏହି କାରଣରୁ ଆସନ୍ତା କାଲି ରାଜ୍ୟରେ ପ୍ରାୟ ୨୦ ଲକ୍ଷ ବ୍ୟବସାୟିକ ପ୍ରତିଷ୍ଠାନ ଗୁଡିକ ବନ୍ଦ ରହିବ। ଏହି ବନ୍ଦ ଡାକରାକୁ ଦେଶରେ ଥିବା ୪୦ ହଜାର ଟ୍ରେଡ ଆସୋସିଏସନ ସମର୍ଥନ କରିଛନ୍ତି। ଏହି ବନ୍ଦ ଡାକରାରେ ସର୍ବଭାରତୀୟ ପରିବହନ କଲ୍ୟାଣ ଆସୋସିଏସନ ସାମିଲ ହେବେ। ସମଗ୍ର ଦେଶରେ ଚକା ଜାମ କରାଯିବ। ସମସ୍ତ ଗାଡି ମୋଟର ଚଳାଚଳ ସହ ଦୋକାନ ବଜାର ବନ୍ଦ ରହିବ। ଉଭୟ ସଂଗଠନ ଇ-ୱେ ବିଲକୁ ସରକାର ପ୍ରତ୍ୟାହାର ଦାବି ସହ ଦେଶରେ ତୈଳ ଦର ଉପରେ ଲାଗୁଥିବା ଟିକସକୁ ହଟାଯାଉ ବୋଲି ପ୍ରସ୍ତାବ ରଖିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories