www.samajalive.in
Sunday, December 14, 2025
16.1 C
Bhubaneswar

କେରଳ ବନ୍ୟା: ମୃତ୍ୟୁ ସଂଖ୍ୟା ୨୨କୁ ବୃଦ୍ଧି

କୋଚି: କେରଳରେ ଆସିଥିବା ପ୍ରଳୟଙ୍କରୀ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି। ବିଗତ ୫୦ ବର୍ଷ ମଧ୍ୟରେ କେରଳରେ ଏଭଳି ବନ୍ୟା ବିଭୀଷିକା ଦେଖାଦେଇ ନଥିଲା ବୋଲି କୁହାଯାଉଛି। ବିଭିନ୍ନ ସ୍ଥାନରେ ଏନ୍‍ଡିଆରଏଫ୍‍ର ୧୦ଟି ଟିମ୍‍ ସହିତ ଜଳ, ସ୍ଥଳ ଓ ବାୟୁ ସେନାବାହିନୀଙ୍କୁ ଉଦ୍ଧାର କାର୍ଯ୍ୟରେ ମୁତୟନ କରାଯାଇଛି। ପ୍ରାୟ ୨୬ ବର୍ଷ ପରେ ଇଡୁକି ଜଳଭଣ୍ଡାରର ଗେଟ୍‍ ଖୋଲିଥିବାରୁ ସେହି ଅଞ୍ଚଳରେ ରେଡ କର୍ଣ୍ଣର ନୋଟିସ୍‍ ଜାରି କରାଯାଇଛି। ଗତ କାଲି ରାତି ସାରା ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ମଧ୍ୟ ପ୍ରବଳ ବର୍ଷାର ଆଶଙ୍କା କରାଯାଉଛି।
ଇଡୁକି, ୱେଆନଦ, ଏର୍ଣ୍ଣାକୁଲମ୍‍, ପଟାନମଟିତ୍ତା ଜିଲାରେ ସମସ୍ତ ସ୍କୁଲ୍‍ କଲେଜ ବନ୍ଦ ରଖାଯାଇଛି। ବନ୍ୟା ସ୍ଥିତି ଓ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳ ମୁଖ୍ୟମନ୍ତ୍ରୀ ପିନାରାୟି ବିଜୟନ୍‍ଙ୍କ ସହିତ ଆଲୋଚନା କରି ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories