www.samajalive.in
Sunday, December 14, 2025
26.1 C
Bhubaneswar

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଭଦ୍ରକ ଜିଲ୍ଲାଗସ୍ତ, ମାଟ୍ରିକ୍‌ ପରୀକ୍ଷାବେଳେ କୋଭିଡ୍‌ ମାର୍ଗଦର୍ଶିକାର କଡ଼ାକଡ଼ି ଅନୁପାଳନ ପାଇଁ ନିର୍ଦେଶ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଭଦ୍ରକ ଜିଲା ପରିଦର୍ଶନ କରିଛନ୍ତି । ଭଦ୍ରକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଶିକ୍ଷା ସମ୍ପର୍କରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ସମୟରେ ରାଜ୍ୟ ସରକାରଙ୍କ କୋଭିଡ ମାର୍ଗଦର୍ଶିକାର ଅନୁପାଳନ କଡ଼ାକଡ଼ି କରାଯିବା ଜରୁରୀ। ମାଟ୍ରିକ୍‌ ପରୀକ୍ଷାକୁ ସୁଚାରୁ ରୂପେ ପରିଚାଳନା କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଜିଲାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର କାର୍ଯ୍ୟକାରିତା ନେଇ ମଧ୍ୟ ମନ୍ତ୍ରୀ ଶ୍ରୀ ଦାଶ ସମୀକ୍ଷା କରିଥିଲେ। ଏଥି ସହ ମନ୍ତ୍ରୀ ଶ୍ରୀ ଦାଶ ଭଦ୍ରକର ଭଣ୍ଡାରୀପୋଖରିଠାରେ ହେବାକୁ ଥିବା ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାର ଲୋକସଭା ସାଂସଦ ମଞ୍ଜୁଲତା ମଣ୍ଡଳ, ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଧାମନଗର ବିଧାୟକ ବିଷ୍ଣୁଚରଣ ସେଠୀ, ଜିଲାପାଳ ଜ୍ଞାନ ଦାଶ, ପୂର୍ବତନ ବିଧାୟକ ଧାମନଗର ମୁକ୍ତିକାନ୍ତ ମଣ୍ଡଳ, ଜିଲା ଶିକ୍ଷା ଅଧିକାରୀ କପିଳେନ୍ଦ୍ର ମିଶ୍ରଙ୍କ ସମେତ ଜିଲାସ୍ତରୀୟ ବରିଷ୍ଠ ଅଧିକାରୀବୃନ୍ଦ ବୈଠକରେ ଉପସ୍ଥିତ ଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories