www.samajalive.in
Sunday, December 7, 2025
23.1 C
Bhubaneswar

ଘାଟିରେ ଓଲଟିଲା ଯାତ୍ରୀବାହୀ ବସ ; ୩୦ ଆହତ , ୪ ଗୁରୁତର

ଠାକୁରମୁଣ୍ଡା : ମୟୁରଭଞ୍ଜ ଜିଲା ଅନ୍ତର୍ଗତ ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତାର ଗୋଡଭଙ୍ଗା ଘାଟିରେ ଗୁରୁବାର ସକାଳ ୯ଟା ୩୦ରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩୦ ଜଣ ଯାତ୍ରୀ ଆହତ ହେବା ସହ ୪ ଗୁରୁତର ହୋଇଛନ୍ତି। ଖବର ପାଇ ଉଦ୍ଧାରକାରୀ ଦଳ ଗୁରୁତର ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଇରଙ୍ଗପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ସମୟରେ ତାରିଣୀ ନାମକ ଯାତ୍ରୀବାହୀ ବସଟି ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଓଲଟି ପଡିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବସରେ ପ୍ରାୟ ୩୫ରୁ ଅଧିକ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories