www.samajalive.in
Sunday, December 14, 2025
26.1 C
Bhubaneswar

ପିପିଲିରେ ବିଜୁ ଜୟନ୍ତୀ ପାଳିତ

ପିପିଲି : ପିପିଲି ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଜୟନ୍ତୀ ଉତ୍ସବ ଶୁକ୍ରବାର କୋଭିଡ୍‍ କଟକଣା ମଧ୍ୟରେ ସମାରୋହରେ ପାଳିତ ହୋଇଯାଇଛି ।

ପିପିଲି ବ୍ଳକ ବିଜେଡି ସଭାପତି ପ୍ରଫୁଲ୍ଲ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ, ମୁଖ୍ୟବକ୍ତା ଭାବେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଯୋଗ ଦେଇ ବିଜୁ ବାବୁଙ୍କ ସ୍ମୃତିଚାରଣ କରିବା ସହ ଓଡିଶା ପ୍ରତି ଥିବା ତାଙ୍କ ଅବଦାନ ସଂପର୍କରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଜୁ ଯୁବ ଜନତା ଦଳର ପୁରୀ ଜିଲା ସଭାପତି ନାରାୟଣ ସ୍ୱାଇଁ, ବ୍ଲକ ଉପାଧ୍ୟକ୍ଷ ଯୁଧିଷ୍ଠୀର ସ୍ୱାଇଁ, ବ୍ଲକ ଆତ୍ମା କମିଟିର ଅଧ୍ୟକ୍ଷ ଧରଣୀଧର ସାହୁ, ଜିଲା ବିଜେଡି ସାଧାରଣ ସଂପାଦକ କିଶୋର ଛୋଟରାୟ, ଯୁବନେତା ଆର୍ତ୍ତବନ୍ଧୁ ସାମନ୍ତରାୟ, ଲିଙ୍କନ ପଟ୍ଟନାୟକ ପ୍ରମୁଖ ଯୋଗଦେଇ ବିଜୁ ବାବୁଙ୍କ ସ୍ମୃତିଚାରଣ କରିଥିଲେ । ଏହି ଅବସରରେ ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ଉଦ୍ଦେଶ୍ୟରେ ଦୁଇମିନିଟ୍‍ ନିରବ ପ୍ରାର୍ଥନା କରାଯାଇଥିଲା । ଆସନ୍ତା ପିପିଲି ଉପନିର୍ବାଚନରେ ସ୍ୱର୍ଗତ ମହାରଥୀଙ୍କ ପରିବାରରୁ ଜଣକୁ ଟିକେଟ୍‍ ପ୍ରଦାନ କରାଯିବା ସଂପର୍କରେ ଅତିଥିମାନେ ସୂଚନା ପ୍ରଦାନ କରିଥିବା ବେଳେ ଦଳକୁ ତୃଣମୂଳସ୍ତରରୁ ଅଧିକ ସୁସଂଗଠିତ କରିବା ଉପରେ ଆଲୋଚନା କରାଯାଇ ପଞ୍ଚାୟତସ୍ତରୀୟ କମିଟି ଗଠନ କରାଯାଇଥିଲା। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଏଠାରୁ ଯାହାକୁ ଦଳୀୟ ପ୍ରାର୍ଥୀ କରିବେ ତାଙ୍କୁ ସମସ୍ତେ ସ୍ୱାଗତ କରିବେ ବୋଲି ଉପସ୍ଥିତ ସମସ୍ତ ଦଳୀୟ ନେତୃବୃନ୍ଦ ସହମତି ପ୍ରକାଶ କରିଥିଲେ ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories