www.samajalive.in
Sunday, December 7, 2025
14.1 C
Bhubaneswar

କୋଭିଡ୍‍ ଆରୋଗ୍ୟହାର ୯୬.୯୫ ପ୍ରତିଶତ : ମୃତ୍ୟୁ ସଂଖ୍ୟା୧ ଲକ୍ଷ ୫୭ ହଜାର ୭୫୬

ନୂଆଦିଲ୍ଲୀ : ଦେଶରେ କୋଭିଡ୍‍ ଆରୋଗ୍ୟହାର ୯୬.୯୫ ପ୍ରତିଶତରେ ପହଞ୍ଚିଛି । ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ୧୪ହଜାର ୩୯୨ଜଣ ଆରୋଗ୍ୟଲାଭ କରିବା ପରେ ବର୍ତ୍ତମାନ ସୁଦ୍ଧା ମୋଟ୍‍ ୧ କୋଟି ୮ଲକ୍ଷ ୬୮ହଜାରରୁ ଊର୍ଦ୍ଧ୍ବ ବ୍ୟକ୍ତି କୋଭିଡ୍‍-୧୯ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି । ଅନ୍ୟପକ୍ଷରେ ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ଆଉ ନୂଆ ୧୮ହଜାର ୭୧୧ଜଣ  କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଦେଶରେ ମୋଟ ସଂକ୍ରମଣ ୧ କୋଟି ୧୨ ଲକ୍ଷ ୧୦ ହଜାର ୭୯୯ରେ ପହଞ୍ଚିଛି । ଅନ୍ୟପକ୍ଷରେ ବର୍ତ୍ତମାନ ଦେଶର ବିଭିନ୍ନ ହସ୍ପିଟାଲରେ ପ୍ରାୟ ୧ଲକ୍ଷ ୮୪ହଜାର ୫୨୩ କରୋନା ସଂକ୍ରମିତ ବ୍ୟକ୍ତି ଚିକିତ୍ସିତ ହେଉଛନ୍ତି। ଏହା ମୋଟ୍‍ ସଂକ୍ରମଣର ପ୍ରାୟ ୧.୬୫ ପ୍ରତିଶତ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ଆଉ ୧୦୦ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହେବା ପରେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୫୭ହଜାର ୭୫୬କୁ ବୃଦ୍ଧି ପାଇଛି । ଆଇସିଏମ୍‍ଆର୍‍ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତକାଲି ୭ଲକ୍ଷ ୩୭ହଜାରରୁ ଊର୍ଦ୍ଧ୍ବ କରୋନା ନମୂନା ପରୀକ୍ଷା କରାଯାଇଛି। ଏହାକୁ ମିଶାଇ ଦେଶରେ ବର୍ତ୍ତମାନ ସୁଦ୍ଧା ୨୨କୋଟି ୧୪ଲକ୍ଷରୁ ଊର୍ଦ୍ଧ୍ବ ନମୂନା ପରୀକ୍ଷା କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories