www.samajalive.in
Sunday, December 7, 2025
23.1 C
Bhubaneswar

ଜଙ୍ଗଲ ନିଆଁ ନିୟନ୍ତ୍ରଣ ପାଇଁ ଟାସ୍କଫୋର୍ସ

ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ଅଞ୍ଚଳରେ ଥିବା ଜଙ୍ଗଲରେ ନିଆଁ ଲାଗୁଥିବାରୁ ବହୁ ମୂଲ୍ୟବାନ ଗଛ ପୋଡ଼ିଯିବା ସହିତ ବନ୍ୟଜନ୍ତୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାର ସୋମବାର ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। ପୂର୍ବତନ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ) ସନ୍ଦୀପ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କଫୋର୍ସ ଗଠନ କରାଯାଇଛି।

ଟାସ୍କଫୋର୍ସରେ ମୋଟ ୯ ଜଣ ସଦସ୍ୟ ରହିବେ। ସେମାନଙ୍କ ମଧ୍ୟରେ ଡେରାଡୁନ ଏବଂ ହାଇଦ୍ରାବାଦର ୩ ଜଣ ବିଶେଷଜ୍ଞ ମଧ୍ୟ ସାମିଲ ହୋଇଛନ୍ତି। ଜଙ୍ଗଲ ନିଆଁର ସମୀକ୍ଷା କରିବା ସହିତ ତାହାର କାରଣ ଓ ନିରାକରଣ ଦିଗରେ ଟାସ୍କଫୋର୍ସ ପଦକ୍ଷେପ ନେବ। ଏହା ସହିତ ପ୍ରତିଦିନ ଅପରାହ୍ନରେ ଟାସ୍କଫୋର୍ସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ପଦକ୍ଷେପ ସମ୍ପର୍କରେ ସୂଚନା ଦିଆଯିବ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories