www.samajalive.in
Tuesday, December 9, 2025
16.1 C
Bhubaneswar

କରୋନା କବଳରେ ରଣବୀର

ମୁମ୍ବଇ: ବଲିଉଡ ଅଭିନେତା ରଣବୀର କପୁର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ଏବେ ହୋମ୍‌ କ୍ବାରେଣ୍ଟାଇନରେ ଅଛନ୍ତି। ଏନେଇ ତାଙ୍କ ମାଆ ଅଭିନେତ୍ରୀ ନୀତୁ ସିଂ ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି।

ନୀତୁ ରଣବୀରଙ୍କ ଏକ ଫଟୋ ଶେୟାର କରି ଲେଖିଛନ୍ତି, ‘‘ଆପଣମାନଙ୍କ ଚିନ୍ତା ଓ ଶୁଭକାମନା ପାଇଁ ଆମେ କୃତଜ୍ଞ ଏବଂ ସମସ୍ତଙ୍କୁ ବହୁତ ଧନ୍ୟବାଦ।  ରଣବୀରଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ସେ ଔଷଧ ଖାଉଛନ୍ତି ଏବଂ ତାଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିଛି। ଏବେ ସେ ହୋମ୍‌ କ୍ବାରେଣ୍ଟାଇନରେ ଅଛନ୍ତି ଓ ସମସ୍ତ ପ୍ରକାର ସାବଧାନତା ଅବଲମ୍ବନ କରୁଛନ୍ତି’’। ଏହି ଖବର ଜାଣିବା ପରେ ପ୍ରଶଂସକମାନେ ରଣବୀରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

- Advertisement -

ସୂଚନାଯୋଗ୍ୟ, ଗତ ବର୍ଷ ଡିସେମ୍ବରରେ ରଣବୀରଙ୍କ ମାଆ ନୀତୁ ସିଂ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ । ଫିଲ୍ମ ‘ଜୁଗ୍ ଜୁଗ୍ ଜିଓ’ର ଶୁଟିଂ ସମୟରେ ସେ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିଲେ।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories