www.samajalive.in
Thursday, December 11, 2025
15.1 C
Bhubaneswar

କୋଭିଡ କଟକଣାରେ ପାଳନ ହେବ ଜାଗର ; ମେଳା,ଗହଳି ମନା

ଭୁବନେଶ୍ୱର : କେତେକ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ପୂଜାପର୍ବ କିମ୍ବା ଅନ୍ୟାନ୍ୟ ସମାବେଶକୁ କୋଭିଡ ନିୟମ ଅନୁଯାୟୀ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପାଳନ କରାଯାଉଛି। ଆସନ୍ତା ୧୧ ତାରିଖରେ ଜାଗର। ଏଥିପାଇଁ ଆଜି ଠାରୁ ଶୈବ ପୀଠମାନଙ୍କରେ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇ ସାରିଥିବା ବେଳେ ଏହା ପାଳନ କରାଯିବା ନେଇ ଏସଆରସିଙ୍କ ପକ୍ଷରୁ ସ୍ୱତନ୍ତ୍ର ନିୟମ ଓ କଟକଣା ଲାଗୁ କରାଯାଇଛି।
ଚଳିତ ବର୍ଷ ଜାଗର ଦିନ ମନ୍ଦିର ପରିସରରେ ଓ ବାହାରେ ଗହଳି ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେଳା ବସିବା ଉପରେ ମଧ୍ୟ କଟକଣା ଲାଗୁ କରାଯାଇଛି। ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ସମସ୍ତ ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନଙ୍କୁ ଏସଆରସିଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ସେହିପରି ରାଜଧାନୀସ୍ଥିତ ଲିଙ୍ଗରାଜ ମନ୍ଦିରରେ ମଧ୍ୟ କରୋନା କଟକଣା ମଧ୍ୟରେ ଜାଗର ପାଳନ କରାଯିବ। ଏଥିପାଇଁ ଆଜି ଠାରୁ ମନ୍ଦିରର ସେବାୟତ ଓ ସେଠାରେ ନିୟୋଜିତ ହେବାକୁ ଥିବା ପୁଲିସ କର୍ମଚାରୀଙ୍କ କୋଭିଡ ଟେଷ୍ଟ ଆରମ୍ଭ ହୋଇଛି।

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories