www.samajalive.in
Monday, December 8, 2025
20.1 C
Bhubaneswar

ହିମାଚଳପ୍ରଦେଶରେ ଗଭୀର ଖାଲକୁ ଖସିଲା ଯାତ୍ରୀବାହୀ ବସ: ୮ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ଚମ୍ବା: ହିମାଚଳପ୍ରଦେଶର ଚମ୍ବା ଜିଲାରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ନେଇ ବୁଧବାର ଖବର ମିଳିଛି। ଚୁରାହ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବୋନ୍ଦଡି ଟିସା ମାର୍ଗରେ ଥିବା କଲୋନୀ ଡ଼ାଇଭର୍ସନ ନିକଟରେ ବସଟି ଗଭୀର ଖାଲରେ ଓଲଟି ପଡିଥିବା ବେଳେ ଏଯାଏଁ ୮ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି। ୬ ଜଣଙ୍କର ଘଟଣାସ୍ଥଳରେ, ଅନ୍ୟ ୨ ଜଣଙ୍କର ହସ୍ପିଟାଲରେ ମୃତ୍ୟୁ ହୋଇଛି। ୧୩ ଜଣଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ହୋଇପାରେ ବୋଲି ଆଶଙ୍କା କରାଯାଉଛି। ବସଟି ଖାଲରେ ପଡିବା ମାତ୍ରେ ସ୍ଥାନୀୟଲୋକେ ପ୍ରଥମେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିବା ସହ ଉଦ୍ଧାରକାରୀ ଦଳଙ୍କୁ ଖବର ଦେଇଥିଲେ। ପୁଲିସ ଓ ପ୍ରଶାସନ, ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଦୁର୍ଘଟଣାର କାରଣ ଏଯାଏଁ ଅସ୍ପଷ୍ଟ ରହିଛି।

 

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories